ବର୍ଷା-ଅନୁଭବ ମାମଲା: ଅନୁଭବଙ୍କ ଆବେଦନ ଅନୁସାରେ ବର୍ଷାଙ୍କୁ ହାଇକୋର୍ଟଙ୍କ ନୋଟିସ୍
ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟଙ୍କ ନୋଟିସ୍ । ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍ ହୋଇଛି । ଆସନ୍ତା ୯ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ନିର୍ଦେଶ ଦେଲେ ହାଇକୋର୍ଟ । ଫାମିଲି କୋର୍ଟ ରାୟକୁ ଚ୍ୟାଲେଞ୍ଜ କରିଛନ୍ତି ଅନୁଭବ ।
ପରିବାର ଅଦାଲତକୁ ରେକର୍ଡ ଦାଖଲ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଗତ ୨୨ ତାରିଖରେ ରାୟ ପ୍ରକାଶ କରିଥିଲେ ଫାମିଲି କୋର୍ଟ । ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ ନାମଞ୍ଜୁର କରିଥିଲେ ଫାମିଲି କୋର୍ଟ ।
ଅନୁଭବ ମହାନ୍ତିଙ୍କ ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ । ତଳ କୋର୍ଟର ରେକର୍ଡ ଦାଖଲ କରିବା ପାଇଁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଫ୍ୟାମିଲି କୋର୍ଟ ବିବାହ ବିଚ୍ଛେଦ ମାମଲା ଖାରଜ କରିବା ପରେ ହାଇକୋର୍ଟ ଯାଇଥିଲେ ଅନୁଭବ ।

ଫ୍ୟାମିଲ କୋର୍ଟ ଅନୁଭବଙ୍କ ଆବେଦନକୁ ଖାରଜ କରିବା ପରେ ସୋସିଆଲ ମିଡିଆରେ ପୁଣି ଭିଡିଓ ଛାଡି ଛାଡପତ୍ର ସ୍ୱୀକାର କରିବାକୁ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କୁ ଅନୁରୋଧ କରିଥିଲେ ।
ଗତ ସେପ୍ଟେମ୍ବର ୨୨ ତାରିଖରେ ରାୟ ଶୁଣାଇଥିଲେ କଟକ ପରିବାର ଅଦାଲତ। ପତ୍ନୀ ବର୍ଷାଙ୍କୁ ଛାଡପତ୍ର ଦେବା ପାଇଁ ଆବେଦନ କରିଥିଲେ ଅନୁଭବ। ତେବେ ଏହି ଆବେଦନକୁ ଖାରଜ କରିଥିଲେ କୋର୍ଟ ।
ଅନ୍ୟପଟେ ପତ୍ନୀ ବର୍ଷା ମଧ୍ୟ ଏକତ୍ର ରହିବା ପାଇଁ ଏକ ପିଟିସନ କରିଥିଲେ । ସେହି ପିଟିସନକୁ ମଧ୍ୟ ଅଗ୍ରାହ୍ୟ କରିଦେଇଥିଲେ ପରିବାର ଅଦାଲତ।
ଫ୍ୟାମିଲି କୋର୍ଟ ତାଙ୍କ ଆବେଦନକୁ ଖାରଜ କରିବା ପରେ ସୋସିଆଲ୍ ମିଡିଆରେ ପୁଣି ଭିଡିଓ ଛାଡ଼ି ଛାଡ଼ପତ୍ର ସ୍ୱୀକାର କରିବାକୁ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଅନୁରୋଧ କରିଥିଲେ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ।
ଦୟାକରି ମୋତେ ଛାଡପତ୍ର ଦେଇଦିଅ । ପୁଣି ଥରେ ବର୍ଷାଙ୍କ ପାଇଁ ଭାବବିହ୍ୱଳ ପୋଷ୍ଟ କରିଥିଲେ ଅନୁଭବ । ବର୍ଷା ପ୍ରିୟଦର୍ଶିନୀଙ୍କ ଉଦ୍ଦେଶ୍ୟରେ ସାଂସଦ ଅନୁଭବ ମହାନ୍ତି ନୂଆ ଭିଡିଓ ଛାଡିଥିଲେ । ଅନୁଭବ କହିଥିଲେ ଯେ, ନାଁ ମୁଁ ଭଲ ସ୍ୱାମୀ ହୋଇପାରିଲି ନାଁ ଭଲ ବନ୍ଧୁ । ଏଥର ମୋତେ ଓ ମୋ ପରିବାରକୁ ମୁକ୍ତି ଦିଅ ।
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications