ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ ନିଲମ୍ବତ
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ଭିତରେ ଜଣେ ସେବାୟତଙ୍କୁ ମାର୍ପିଟ ଘଟଣାରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ମାସ ପାଇଁ ସମସ୍ତ ପ୍ରକାର ସେବାରୁ ତାଙ୍କୁ ନିବୃତ୍ତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପକ୍ଷେ ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ କୌଣସି ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ପୂର୍ବରୁ ବିଶ୍ବନାଥଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା












Click it and Unblock the Notifications