କରୋନାରେ ପ୍ରାଣ ହରାଇଲେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ପରଲୋକରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ । କରୋନାରେ ଆକ୍ରାନ୍ତ ହୋଇ ସେ ହୋମ୍ ଆଇସୋଲେସନରେ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ 81 ବର୍ଷ ବୟସ ହୋଇଥିଲା । ତିନି ଦିନ ପୂର୍ବରୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ ।
ଭୁବନେଶ୍ୱର : ପରଲୋକରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ । କରୋନାରେ ଆକ୍ରାନ୍ତ ହୋଇ ସେ ହୋମ୍ ଆଇସୋଲେସନରେ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ 81 ବର୍ଷ ବୟସ ହୋଇଥିଲା । ତିନି ଦିନ ପୂର୍ବରୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି ।

ଉଭୟ ଓଡିଆ ଏବଂ ଇଂରାଜୀ ସାମ୍ବାଦିକତା ସହ ଓଡ଼ିଆ ସାହିତ୍ୟ କ୍ଷେତ୍ରକୁ ତାଙ୍କ ଅବଦାନ ଅତୁଳନୀୟ । 1965 ମସିହାରେ ଇଂରାଜୀ ପତ୍ରିକା ଇଷ୍ଟର୍ଣ୍ଣ ଟାଇମ୍ସରୁ ସାମ୍ବାଦିକତା ବୃତ୍ତି ଆରମ୍ଭ କରିଥିଲେ । ଓଡିଶା ରାଜନୀତି ଓ ସମ୍ବାଦିକତାକୁ ନେଇ ଅନେକ ବହି ମଧ୍ୟ ଲେଖିଛନ୍ତି ସେ । 'ଜେ ଦେଶ ଯାଇ ସେ ଫଲ୍ ଖାଏ' ପୁସ୍ତକ ତାଙ୍କରି ଅବଦାନ । ଏଥିପାଇଁ ସେ ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ପାଇଥିଲେ । ଅମ୍ରିତ ବଜାର ପତ୍ରିକାର ବ୍ୟୁରୋ ମୁଖ୍ୟ ଭାବେ କାର୍ଯ୍ୟ କରି 1996 ରେ ଅବସର ନେଇଥିଲେ । ତାଙ୍କ ବିୟୋଗରେ ସାମ୍ବାଦିକତା ଜଗତରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ରାଜନୈତିକ ଦଳର ନେତା ବସନ୍ତଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ।
ବିଶିଷ୍ଟ ସାହିତ୍ୟିକ, ସମୀକ୍ଷକ ତଥା ଶିକ୍ଷାବିତ୍ ଡ. ଶୁଭେନ୍ଦୁ ମୁଣ୍ଡଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ମୋର ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 28, 2021
ଅପରପକ୍ଷରେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ । ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ କରିଥିଲେ । ଅଦ୍ଧଶତାବ୍ଦୀ ରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତି ରେ ସକ୍ରିୟ ରହିଥିଲେ । ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି ।
ଏଥିସହିତ ରାଜ୍ୟର ଏହି ବରିଷ୍ଠ ସାମ୍ୱାଦିକଙ୍କ ଦେହାନ୍ତରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି ଓ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ।












Click it and Unblock the Notifications