ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ

କଟକ: ଆଉ ଶୁଭିବନି ସ୍ୱରୂପଙ୍କ ସ୍ୱର । ଶୁଣିବାକୁ ମିଳିବନି ତାଙ୍କ ନିର୍ଦ୍ଦେଶିତ ସଙ୍ଗୀତ । ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି । ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ ଥିଲେ ସ୍ୱରୂପ । ଗତ କିଛି ଦିନ ତଳେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଥ୍ରୋଟ୍ କ୍ୟାନ୍ସରରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଥିଲା ।

swaroop nayak

ମୃତ୍ୟୁ ବେଳକୁ ତାଙ୍କୁ 76 ବର୍ଷ ହୋଇଥିଲା । 1947 ମସିହା ଫେବୃଆରୀ 8 ତାରିଖରେ ଜନ୍ମ ଗ୍ରହଣ କରିଥିଲେ ସ୍ୱରୂପ । ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ ।

ସ୍ୱରୂପ ଅନେକ ଚଳଚ୍ଚିତ୍ରରେ, ମୋଟ୍ 41 ଟି ଓଡ଼ିଆ କଥାଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ 30 ଟି କଥାଚିତ୍ରରେ ଗୀତ ରଚନା କରିଥିଲେ । 6 ଟି କଥାଚିତ୍ରରେ ପ୍ରଚ୍ଛଦପଟ୍ଟ ଗାୟକ ଓ 6 ଟି କଥାଚିତ୍ରରେ ଅଭିନୟ କରିଛନ୍ତି । 1962 ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ ।

1984 ମସିହାର ହୀରାନୀଳା କଥାଚିତ୍ରରୁ ସଙ୍ଗୀତକାର ଭାବରେ ନିଜର କ୍ୟାରିଅର ଆରମ୍ଭ କରିଥିଲେ । ଓଡ଼ିଆ ଆଧୁନିକ ସଙ୍ଗୀତର ଜଗତର ସ୍ରଷ୍ଟା ଭାବେ ବେଶ ପରିଚିତ ସ୍ୱରୂପ ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ସତୀ ଅନସୂୟା, ସୁନା ସଂସାର, କଳାମାଣିକ, କଣ୍ଢେଇ ଆଖିରେ ଲୁହ, ଯଶୋଦା ଆଦି ସମେତ ବେଶ୍‌ କେତୋଟି ଓଡ଼ିଆ ଛବିରେ ଅଭିନେତା ଭାବେ ନଜର ଆସିଥିଲେ ।

ହେଲେ ସ୍ୱରୂପ ନାୟକ ଗୀତିକାର-ସଙ୍ଗୀତକାର ଭାବେ ଓଲିଉଡ଼ରେ ବିଶେଷ ସଫଳତା ହାସଲ କରିଛନ୍ତି । ତାଙ୍କ ସ୍ୱରାରୋପିତ ପ୍ରଥମ ଓଡ଼ିଆ ଛବି ହେଲା ' ଦୁର୍ଗା ନନ୍ଦଙ୍କ ପ୍ରଯୋଜିତ ତଥା ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶିତ 'ହୀରାନୀଳା' । ଏହାପରେ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ । ତାଙ୍କ ସଙ୍ଗୀତ ନିର୍ଦ୍ଦେଶିତ କେତେକ ଉଲ୍ଲେଖନୀୟ ଛବି ମଧ୍ୟରେ ରହିଛି- ଲାଲପାନ ବିବି, ବଗଲା ବଗୁଲୀ, ଲକ୍ଷେ ଶିବ ପୂଜି ପାଇଚି ପୁଅ, ଯଶୋଦା, କୃଷ୍ଣା କାବେରୀ, କିଏ ହେବ ଶୁଆ ପୋଷିଲେ, ଶୁଭଦ୍ରା, ସକଳ ତୀର୍ଥ ତୋ' ଚରଣେ, ଉଦଣ୍ଡୀ ସୀତା, ପଞ୍ଜୁରି ଭିତରେ ଶାରୀ, ମୋ' କୋଳ ତୋ' ଝୁଲଣା, ଏ ଯୁଗର କୃଷ୍ଣ ସୁଦାମା, ଆଇ ଲଭ ୟୁ, ଅର୍ଜୁନ, ପ୍ରେମୀ ନମ୍ବର ଓ୍ଵାନ, ଶାଶୁ ଘର ଚାଲିଯିବି, ପ୍ରେମ ଋତୁ ଆସିଲାରେ, ପ୍ରଥମ ପ୍ରେମ, ମୁଁ ତତେ ଲଭ୍‌ କରୁଚି, ରୋମିଓ ଦ ଲଭରବୟ ଏବଂ ଅପ୍‌ନା ହାତ୍‌ ଜଗନ୍ନାଥ ଆଦି । ସେ ଷାଠିଏରୁ ଅଧିକ ଓଡ଼ିଆ ଛବିରେ ମଧ୍ୟ ଗୀତର ରଚନା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+