ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି
ସୂଚନା ଅନୁସାରେ, ଅଭିନେତା ଉତ୍ତମ ମହାନ୍ତି ଫିଲ୍ମର ସୁଟିଂ ପାଇଁ ବାହାରକୁ ଯାଇଥିଲେ। ସେଠାରେ ହିଁ ତାଙ୍କର ଦେହ ହଠାତ ଖରାପ ହୋଇଥିଲା । ତାପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ଏହା ପରେ ଚିକିତ୍ସା ହୋଇ ଘରକୁ ଆସିଥିଲେ । ହେଲେ ଗତକାଲି ପୁଣି ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବା ପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ କିମ୍ସରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି ।

ବାପାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ବାବୁସାନ
ଉତ୍ତମ ମହାନ୍ତି ବର୍ତ୍ତମାନ ଚିକିତ୍ସାଧୀନ ରହିଛନ୍ତି । ବାପାଙ୍କୁ ଦେଖିବାକୁ ଅଭିନେତା ତଥା ପୁଅ ବାବୁସାନ ମହାନ୍ତି ହସ୍ପିଟାଲ ପହଞ୍ଚିଛନ୍ତି । ଏହି ସମୟରେ ବାପାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଛନ୍ତି ବାବୁସାନ । ସେ କହିଛନ୍ତି, ''ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଆବଶ୍ୟକ ପଡ଼ିଲେ ଅଧିକ ଚିକିତ୍ସା ଲାଗି ଏୟାର ଆମ୍ବୁଲାନ୍ସରେ ବାହାରକୁ ନେବୁ ।''
ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତର ହେବେ ଉତ୍ତମ ମହାନ୍ତି । ଅବସ୍ଥା ଗୁରୁତର ଥିବାରୁ ସ୍ଥାନାନ୍ତର ହେବେ କହିଲେ ପୁଅ ବାବୁସାନ । ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବ କହିଲେ।












Click it and Unblock the Notifications