ଆଜି ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ: ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍ VS ଇଣ୍ଡିମେଣ୍ଟର ବି. ସୁଦର୍ଶନ ରେଡ୍ଡୀ

ଆଜି ଭାରତର ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ । ଆଜି ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟଗ୍ରହଣ । ସନ୍ଧ୍ୟା ୬ଟାରେ ଭୋଟ୍ ଗଣତି କରାଯାଇ ଫଳ ଘୋଷଣା କରାଯିବ।। ଉପରାଷ୍ଟ୍ରପତି ପଦ ପାଇଁ ଏନ୍‌ଡିଏ ଓ ଇଣ୍ଡିମେଣ୍ଟ ମଧ୍ୟରେ ସିଧାସଳଖ ଟକ୍କର ।

ଏନଡିଏ ପ୍ରାର୍ଥୀ ସି.ପି. ରାଧାକ୍ରିଷ୍ଣନ୍ VS ଇଣ୍ଡିମେଣ୍ଟର ବି. ସୁଦର୍ଶନ ରେଡ୍ଡୀ। ସଂସଦର ଉଭୟ ଲୋକସଭା ଓ ରାଜ୍ୟସଭା ସଦସ୍ୟମାନେ ଦେବେ ଭୋଟ୍। ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକ୍ରିଷ୍ଣନ୍ ବିଜେପି ନେତୃତ୍ୱାଧୀନ NDA ପ୍ରାର୍ଥୀ।

ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ବି. ସୁଦର୍ଶନ ରେଡ୍ଡୀ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିମେଣ୍ଟ ପ୍ରାର୍ଥୀ । ଉଭୟ ଲୋକସଭା ଓ ରାଜ୍ୟସଭାରେ ଏନଡିଏର ଅଧିକ ସଦସ୍ୟ ରହିଛନ୍ତି। ଏବେ ଲୋକସଭାରେ ଏନ୍‌ଡିଏର ୨୯୩ ଜଣ ସଦସ୍ୟ ରହିଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନର ଇଲେକ୍ଟୋରାଲ୍‌ କଲେଜରେ NDAର ସଂଖ୍ୟା ଗରିଷ୍ଠତା ଅଛି। ରାଜ୍ୟସଭାର ୨୩୯ ଆସନ ମଧ୍ୟରୁ NDAର ୧୩୨ ଜଣ ସମର୍ଥକ ଅଛନ୍ତି ।

Vice President Election 2025

ବିଜେଡିର ୭ ଓ ବିଆର୍‌ଏସ୍‌ର ୪ ରାଜ୍ୟସଭା ସଭ୍ୟଙ୍କ ମତଦାନରୁ ବିରତ ରହିବେ । ଉପରାଷ୍ଟ୍ରପତି ନିର୍ବାଚନ ଜିତିବା ପାଇଁ ୩୮୬ ସଭ୍ୟଙ୍କ ସମର୍ଥନ ଆବଶ୍ୟକ। ଉଭୟ ଲୋକସଭା ଓ ରାଜ୍ୟସଭାରେ NDAର ୪୨୫ ସଭ୍ୟ ରହିଛନ୍ତି। ଏହା ସହ ଜଗନମୋହନ ରେଡ୍ଡୀଙ୍କ ୱାଇଏସ୍‌ଆରସିପି ସମର୍ଥନ ଦେବ।

ଜଗଦୀପ ଧନଖଡ଼ ଇସ୍ତଫା ଦେବା ପରେ ଉପରାଷ୍ଟ୍ରପତି ପଦବି ଖାଲି ପଡ଼ିଛି । ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଜୁଲାଇ ୨୧ ତାରିଖରେ ଦେଇଥିଲେ ଇସ୍ତଫା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+