କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ ଗଲା ଭିଜିଲାନ୍ସ
ମାଲକାନଗିରି: କନିଷ୍ଠ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯାନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ସେ ନିଜ ଆୟର ୨୩୬ ପ୍ରତିଶତ ସଂପତ୍ତି ଠୁଳ କରିଥିବା ଜଣାଯାଇଛି ।
ମାଲକାନଗିରିର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା । ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଥିଲା ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଥିଲା । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରିଥିଲା । ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି ।

ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଥିଲେ । ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ କରାଯାଇଥିଲା ।












Click it and Unblock the Notifications