ଆୟ ବର୍ହିଭୂତ୍ ସମ୍ପତ୍ତି ଠୁଳ ଅଭିଯୋଗରେ ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ

ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ (ଡିଡିଏମ୍‌)ଙ୍କର ଅମାପ ସମ୍ପତ୍ତି ବାହାରିବା ପରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ। ଗତକାଲି ଖଣି ଉପନିର୍ଦ୍ଦେଶକଙ୍କ ଘରୁ ପୁଳା ପୁଳା ଆୟ ବର୍ହିଭୂତ୍ ସମ୍ପତ୍ତି ବାହାରିଥିବା ବେଳେ ଆଜି ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ ହୋଇଛନ୍ତି।

Vigilance

କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଆଜି ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ଉ କରାଯାଇଛି। ଭିଜିଲାନ୍ସ ୪ ଲକ୍ଷରୁ ଅଧିକ ଟଙ୍କା ଓ ଡିଡିଏମ୍‌ଙ୍କ ମୋବାଇଲ୍‌ ଫୋନ୍‌ ଜବତ କରିଛି।

ଖଣି ଉପନିର୍ଦ୍ଦେଶକଙ୍କ ସମ୍ପତ୍ତି ତାଲିକା ଦେଖି ତାଜୁବ ହୋଇ ଯାଇଛନ୍ତି ଭିଜିଲାନ୍ସ ଅଧିକାରୀ। ତାଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଥିବା ବେଳେ ୧୧ଟି ପ୍ଲଟ ରହିଛି। ଏଥିସହ ବାବୁଙ୍କର ୨ଟି ମାର୍କେଟ କମ୍ପ୍ଲେକ୍ସ, ଭୁବନେଶ୍ୱରରେ ଗୋଟିଏ ଡୁପ୍ଲେକ୍ସ କୋଠା ଥିବା ବେଳେ ୫୩ ଲକ୍ଷର ବ୍ୟାଙ୍କ ଜମା ଠାବ ହୋଇଛି। ଏହାବାଦ ତାଙ୍କ ଘରୁ ୯ ଲକ୍ଷ ୮୫ ହଜାର ଟଙ୍କା ଜବତ ହୋଇଛି।

ଖଣି ଉପନିର୍ଦ୍ଦେଶକ ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ମୋଟା ଅଙ୍କର ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା। ଏହି ଚଢ଼ାଉରେ ୧୦ ଜଣ ଭିଜିଲାନ୍ସ ଡିଏସପି, ୧୬ ଇନସପେକ୍ଟର, ୭ଜଣ ଏଏସଆଇ ରେଡରେ ସାମିଲ ହୋଇଛନ୍ତି।

ଗତକାଲି ଭୋରରୁ ଧରଣୀଧରଙ୍କ ତାଳଚେର ଅଫିସ, ସରକାରୀ ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, ଭୁବନେଶ୍ୱର ପଟିଆରେ ଥିବା ଘର, ସିଂକୁଳବାହାଲରେ ଥିବା ମାର୍କେଟ କଂପ୍ଲେକ୍ସ ଓ କେନ୍ଦୁଝର ପଣ୍ଡାପଡ଼ା ଥାନା ପୁରମୁଣ୍ଡାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା। ଅନୁଗୁଳ ଓ କଟକ ଭିଜିଲାନ୍ସ ଟିମ୍‌ ଏହି ଚଢ଼ାଉରେ ସାମିଲ ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+