ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ; ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ପାଳନ ଅବସରରେ ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି ଆହ୍ବାନ ଦେଇଛନ୍ତି ।

ଆଇଏଏସ , ଓଏଏସଙ୍କଠାରୁ ଆରମ୍ଭ କରି କିରାଣି ଯାଏଁ ମ୍ରୁଖ୍ୟମନ୍ତ୍ରୀଙ୍କ ସାମ୍ନାରେ ଶପଥ କରିଛନ୍ତି ଦୁର୍ନୀତି କରିବେ ନାହିଁ କି ଲାଞ୍ଚକୁ ପ୍ରଶୟ ଦେେବେ ନାହିଁ ।

ବର୍ତ୍ତମାନ ଯାଏ ୧୯୭ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ସ୍ୱେଚ୍ଛାକୃତ ଅସବର ଦେବା ସହ ଚାକିରୀରୁ ବହିଷ୍କାର କରିଛନ୍ତି । ଭିଜିଲାନ୍ସର-୨୦୨୩ ରିପୋର୍ଟ ଅନୁସାେ ଏକ ବର୍ଷ ମଧ୍ୟରେ ୧୩୦ ଜଣକୁ ଗିରଫ କରାଯାଇଛି । ସେଥିରୁ ୧୮ ଜଣ କ୍ଲାସ-୧ ଓ ୨୫ ଜଣ କ୍ଲାସ-୨ ଅଧିକାରୀ ଅଛନ୍ତି ।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ନିଜ ଉଦବୋଧନରେ ଆହୁରି ମଧ୍ୟ କହିଛନ୍ତି, କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବିଦା କରିଛନ୍ତି । ଦୁର୍ନୀତି ପାଇଁ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ବୋଲି ସେ କହିଛନ୍ତି ।ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ। ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି। କଟକ ଭିଜିଲାନ୍ସ ଡିଭିଜନକୁ ଶ୍ରେଷ୍ଠ ଡିଭିଜନ ଭାବେ ସମ୍ମାନିତ କରାଯାଇଛି।

ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଥିଲେ, ଦୁର୍ନୀତି ବିରୋଧରେ ଓଡ଼ିଶା ସରକାର ଲଢ଼େଇ ଜାରି ରଖିଛନ୍ତି । ଦୁର୍ନୀତି ମାମଲାରେ ଓଡ଼ିଶା ଭିଜିଲାନ୍ସର କାମ ପ୍ରଶଂସନୀୟ ।

naveen_patnaik

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ସ୍ଥିତ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I କନଭେନସନ ହଲ ଠାରେ ଅନୁଷ୍ଠିତ ଉତ୍ସବରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥ ପାଠ କରାଇଥିବା ବେଳେ ଭରଚୁଆଲ ମାଧ୍ୟମରେ ଯୋଗଦେଇ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀ ଆର. ଭିନୀଲ କ୍ରିଷ୍ଣାଙ୍କ ସମେତ ନିର୍ଦେଶକ ଶ୍ରୀ ସିଦ୍ଧାର୍ଥ ଦାସ ଏବଂ ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଶପଥ ପାଠ କରିଥିଲେ I

ଦୁର୍ନୀତି ରୂପକ ରାକ୍ଷସର ମୁଳୋତ୍ପାଟନ ନେଇ ସମସ୍ତେ ଏକତ୍ର ହୋଇ କାର୍ଯ୍ୟ କରିବା ସହିତ କାର୍ଯ୍ୟାଳୟରେ ସାଧୁତା ଓ ସତ୍ୟନିଷ୍ଠ ହୋଇ କାର୍ଯ୍ୟ କରିବାକୁ ସମସ୍ତେ ଶପଥ ନେଇଥିଲେ I ପ୍ରତ୍ୟେକ କ୍ଷେତ୍ରରେ ସଚ୍ଚୋଟତା ଅବଲମ୍ବନ, ଆଇନର ଶାସନକୁ ଅନୁପାଳନ ସହିତ ଉତ୍କୋଚ ନେବା ଓ ଦେବାକୁ ନିଜ ନିଜ ଜୀବନରେ ସାମିଲ ନକରିବା ଏବଂ ଦୁର୍ନୀତି ସମ୍ପର୍କରେ ଯେ କୌଣସି ଘଟଣା କର୍ତ୍ତୃପକ୍ଷଙ୍କ ନଜରକୁ ଆଣିବା ନେଇ ଅଧିକାରୀ ଓ କର୍ମଚାରୀମାନେ ଶପଥ ନେଇଥିଲେ

ଏହି ଶପଥ ପାଠ ଉତ୍ସବରେ ବିଭାଗ ଯୁଗ୍ମ ଶାସନ ସଚିବ ଶ୍ରୀ ବିଜୟାନନ୍ଦ ନାୟକ, ଏଫଏ ତଥା ଯୁଗ୍ମ ଶାସନ ସଚିବ ଶ୍ରୀ ଦିଲ୍ଲୀପ କୁମାର ଜେନା, ଏଏଫଏ ଶ୍ରୀମତୀ ଗୀତା ଦାସ, ଓଏସଡି ଶ୍ରୀ ସିଦ୍ଧାର୍ଥ ଶଙ୍କର ସାହୁ ଓ ସ୍ୱରୂପାନନ୍ଦ ସାହୁଙ୍କ ସମେତ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସାଧୁତାର ଶପଥ ପାଠ କରିଥିଲେ I

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+