ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ, ଏକକାଳୀନ 7 ସ୍ଥାନରେ ଚଢାଉ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତିଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି ସଞ୍ଜୟ ମହାନ୍ତି ।
କନିଷ୍ଠ ଯନ୍ତ୍ରୀଙ୍କ ଘର ଏବଂ ଅଫିସ ସମେତ ଏକକାଳୀନ 7 ଟି ସ୍ଥାନରେ ଚାଲିଛି ଚଢାଉ । ଏହି ଚଢାଉରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସ୍ଥିତ ଭଡ଼ା ଘର ଓ ସରକାରୀ କାର୍ଯ୍ୟାଳୟ ସହ ଭୁବନେଶ୍ୱର ଓ ବାଲେଶ୍ବର ବାସ ଭବନ ଉପରେ ଏକା ସମୟରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ମାଲକାନଗିରି ଭଡ଼ା ଘରୁ ଏ ପର୍ଯ୍ୟନ୍ତ 1 ଲକ୍ଷ 20 ହଜାର ଟଙ୍କା ନଗଦ ମିଳିଥିବା ବେଳେ ଏକାଧିକ ବ୍ୟାଙ୍କ ଆକାଉଣ୍ଟର ପାସ୍ ବୁକ ମିଳିଛି । ଏହା ସହ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଛି ।
ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ 3 ଜଣ ଡ଼ିଏସପି, 8 ଜଣ ଇନ୍ସପେକ୍ଟର, 8 ଜଣ ଏସଆଇ ସାମିଲ ଅଛନ୍ତି । ବର୍ତ୍ତମାନ ବାଲେଶ୍ୱର ଜଳେଶ୍ୱରରେ ଥିବା 3 ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ ଚାଲିଛି ।
ସଞ୍ଜୟ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications