Vigilance Raid: 3 କୋଟିର ଚାରା ଚଳୁ କରିଦେଲେ DFO !
Vigilance Raid: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନରେ ମଧ୍ୟ ଚଢ଼ାଉ ହୋଇଛି । ଡିଏଫଓଙ୍କ କଟକ ସଦର ଥାନା ଶ୍ରୀକୋରୁଆଁ ସ୍ଥିତ ସମ୍ପର୍କୀୟଙ୍କ ଘରେ ଚାଲିଛି ରେଡ୍ । ଡିଏଫଓଙ୍କ ସମ୍ପର୍କୀୟ ସାରଦା ବେହେରାଙ୍କ ବାସଭବନ ଓ ବିବାହ ମଣ୍ଡପରେ ରେଡ୍ ଚାଲିଛି ।

ପୂର୍ବରୁ ତାଙ୍କ ନାଁରେ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା । ରାୟଗଡ଼ା, ଭୁବନେଶ୍ୱର, କଟକ ଓ ଯାଜପୁରର 7 ଟି ସ୍ଥାନରେ ଚାଲିଛି ଏକକାଳୀନ ରେଡ୍ । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନରେ ମଧ୍ୟ ଚଢ଼ାଉ ହୋଇଛି ।
ରାୟଗଡ଼ା କାଳୀପୂଜା ପଡ଼ିଆରେ ଥିବା ସରକାରୀ କ୍ୱାଟର୍ସ, ରାଣୀଗୁଡ଼ା ଫାର୍ମରେ ଥିବା ଅଫିସରେ ଚାଲିଛି ଚଢ଼ାଉ । ସେହିପରି ଭୁବନେଶ୍ୱର ପଟିଆ କଳାରାହାଙ୍ଗରେ ଥିବା ଆଶୀର୍ବାଦ ପ୍ଲାଜାର ବ୍ଲକ୍-ଏ ତୃତୀୟ ମହଲାରେ ଚାଲିଛି ଭିଜିଲାନ୍ସ ରେଡ୍ । ସମ୍ପର୍କୀୟଙ୍କ ଶିଶୁବିହାରରେ ଥିବା ଭଡ଼ା ଘର, ଯାଜପୁର କଳିଙ୍ଗନଗର ଦାମୋଦରପୁରରେ ଥିବା ପୈତୃକ ଗାଁରେ ଚାଲିଛି ରେଡ୍ ।
ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ୍ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଜବତ କରିଛି ଭିଜିଲାନ୍ସ । ଚଢ଼ାଉରେ 8 ଜଣ ଡିଏସପି, 6 ଇନସପେକ୍ଟର ସାମିଲ ଅଛନ୍ତି । ମୁନିଗୁଡା ରେଞ୍ଜରେ 3କୋଟି ଟଙ୍କା ଦୁର୍ନୀତି ସମ୍ପର୍କରରେ ଅଭିଯୋଗ ରହିଛି । ଲଣ୍ଡା ପାହାଡ଼ରେ ବୃକ୍ଷରୋପଣ ନାମରେ 3କୋଟି ଟଙ୍କାର ହେରଫେରକୁ ଲୋକାୟୁକ୍ତକୁ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଏହାକୁ ନେଇ ଚଢାଉ କରିଛି ଭିଜିଲାନ୍ସ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications