Get Updates
Get notified of breaking news, exclusive insights, and must-see stories!

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, ଏକକାଳୀନ 9 ଟି ଜାଗାରେ ଚଢାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ପାଲଲହଡ଼ା ବିଇଓ ଅଫିସରେ ସମଗ୍ର ଶିକ୍ଷା ଅଭିଯାନର ବୈଷୟିକ ପରାମର୍ଶଦାତା ଭାବେ କାର୍ଯ୍ୟରତ ପ୍ରସନ୍ନ କୁମାର ପାଣିଙ୍କ ଘରେ ଭିଜିଲାନ୍ସ ଚଢାଉ । ଅନୁଗୁଳ, ପୁରୀ ଓ ଭୁବନେଶ୍ୱରରେ ଏକକାଳୀନ 9 ଟି ସ୍ଥାନରେ ଚଢ଼ଉ ଜାରି ଖିଛି ଭିଜିଲାନ୍ସ ।

vigilance raid

ଭୁବନେଶ୍ୱରର ସ୍ୱତନ୍ତ୍ର ଜଜ୍ ଭିଜିଲାନ୍ସଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ 6 ଜଣ ଡିଏସପି, 6 ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ କରାଯାଉଛି ।

କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ କୁମାର ପାଣିଙ୍କ ପାଲଲହଡ଼ା ବିଇଓ ଅଫିସ, ଉଦୟ ବିହାରରେ ଥିବା ଭଡ଼ା ଘର, ରାଜଧାନୀର ସୁନ୍ଦରପଦାରେ 367 ଓ 666 ନମ୍ବର ପ୍ଲଟରେ ଥିବା ଦୁଇଟି ତିନି ମହଲା କୋଠା ଘର, ସୁନ୍ଦରପଦାର ଫ୍ରେଣ୍ଡସ୍ କ୍ଲବ୍ ନିକଟରେ ଥିବା ତିନି ମହଲା ଘର, ହାଇଟେକ୍ ପ୍ଲାଜାରେ ଥିବା ଫ୍ଲାଟ୍, ସୁନ୍ଦରପଦାରେ ଥିବା ଦୁଇ ସଂପର୍କୀୟଙ୍କ ଘର, ପୁରୀ ଜିଲ୍ଲା ନିମାପଡ଼ାର ଅମଲାପଡ଼ାରେ ଥିବା ତିନି ମହଲା କୋଠା ଘରରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍ । ବିପୁଳ ପରିମାଣର ଟଙ୍କା, ସୁନାରୁପା ଜବତ ହୋଇଥିବାର ପ୍ରାଥମିକ ସୂଚନା ମିଳିଛି ।

ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଯନ୍ତ୍ରୀ ଥିବା ପ୍ରସନ୍ନଙ୍କ 6 ଟି ବ୍ୟାଙ୍କ ଆକାଉଣ୍ଟ ଜବତ କରାଯାଇଛି । ମୂଲ୍ୟବାନ ଅଳଙ୍କାର ସହ ଜରୁରୀ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+