ଭିଜିଲାନ୍ସ ଜାଲରେ ଅଙ୍ଗନୱାଡି କର୍ମୀ
ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ହାଟସାହି ଗାଁର ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
ପୁରୀ: ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି କର୍ମୀ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୁରୀ ଜିଲ୍ଲା ପିପିଲି ଥାନା ଅନ୍ତର୍ଗତ ହାଟସାହି ଗାଁର ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।

ସନ୍ଧ୍ୟାରାଣୀଙ୍କ ପୈତୃକ ଘର ସମେତ ହାତୀଶାଳରେ ଥିବା ୪ ମହଲା ବିଲଡିଂ, ସଙ୍ଗମ ମୌଜା ମଙ୍ଗଳା ହାଟରେ ଥିବା ଅଟା ମିଲ୍, ବାଲି ସାହିରେ ଥିବା ଅଙ୍ଗନୱାଡି କେନ୍ଦ୍ର, ଡେଲାଙ୍ଗ ହାଟ ସାହିରେ ଥିବା ଶ୍ୱଶୁର ଘରେ ଏକକାଳୀନ ଭିଜିଲାନ୍ସ ଚଢାଉ କରାଯାଇଛି। ସନ୍ଧ୍ୟାରାଣୀ ଏବେ ପୁରୀ ବାଶେଳିସାହିର ଅକ୍ଷୟଧଶନ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀ ଭାବେ କାମ କରୁଛନ୍ତି ।












Click it and Unblock the Notifications