ପୁଣି ଆଉ ଜଣେ ସରକାରୀ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ
ଆର ଆଣ୍ଡ ବି (R&B) ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି।

ବ୍ରହ୍ମପୁର ଓ ଭୁବନେଶ୍ବର ସମେତ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍। ବ୍ରହ୍ମପୁର ଧର୍ମନଗର, ମୟୂରୀ ବିହାର ସ୍ଥିତ ଘର ସହ ଅଫିସରେ ଚଢ଼ାଉ ଜାରି ରହିଛି। ବ୍ରହ୍ମପୁର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଆଜି ବ୍ରହ୍ମପୁରର ଆର୍ ଆଣ୍ଡ ବି ଡିଭିଜନ-୧, ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ଘରେ ୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ କରାଯାଉଛି।
ଚଢ଼ଉ ଚାଲିଥିବା ସ୍ଥାନଗୁଡ଼ିକ ହେଲା-
ଧର୍ମ ନଗର, ବ୍ରହ୍ମପୁରର ସ୍ପେକ୍ଟ୍ରମ୍ ରୟାଲ୍ ଠାରେ ଗୋଟିଏ ୨ ବିଏଚକେ ଫ୍ଲାଟ୍।
ବ୍ରହ୍ମପୁରର ମୟୁରୀ ବିହାରରେ ଗୋଟିଏ ଦୁଇ ମହଲା କୋଠା।
ବ୍ରହ୍ମପୁରର ଆର୍ ଆଣ୍ଡ୍ ବି ଡିଭିଜନ-୧ରେ ତାଙ୍କର କାର୍ଯ୍ୟାଳୟ।
ଭୁବନେଶ୍ୱରର ସହୀଦ ନଗରର ଇଭୋସ୍ ଏକ୍ସୋଟିକା ଆପାର୍ଟମେଣ୍ଟରେ ଗୋଟିଏ ୩ ବିଏଚକେ ଫ୍ଲାଟ୍।












Click it and Unblock the Notifications