ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍, ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ
ତାଳଚେର ଖଣି ଉପ ନିର୍ଦ୍ଦେଶକଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଧରଣୀଧରଙ୍କ ତାଳଚେର ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, କେନ୍ଦୁଝର ପଣ୍ଡାପଡ଼ାରେ ଥିବା ଶ୍ୱଶୁର ।
ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା। ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା।

ସେହିପରି ଭୁବନେଶ୍ୱରର ପଟିଆରେ ମଧ୍ୟ ଚାଲିଛି ରେଡ। ଧରଣୀଧରଙ୍କ ତାଳଚେର ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, କେନ୍ଦୁଝର ପଣ୍ଡାପଡ଼ାରେ ଥିବା ଶ୍ୱଶୁର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା।
ଧରଣୀଧର ବାଲିଆ ମାଫିଆ ଓ ପଥର ମାଫିଆଙ୍କୁ ଅନୁକମ୍ପା ଦେଖାଇ ତାଙ୍କ ନିକଟରୁ ଟଙ୍କା ନେଉଥିବା ତାଙ୍କ ନାଁରେ ଅଭିଯୋଗ ହୋଇଥିଲା। ଚଢାଉରେ ୧୦ ଡିଏସପି, ୧୬ ଇନ୍ସପେକ୍ଟର, ୭ ସଆଇ ଓ ଏଏସଆଇ ଏବଂ ଅନ୍ୟାନ୍ୟ ଅଧିକାରୀ ସାମିଲ ଅଛନ୍ତି।












Click it and Unblock the Notifications