ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଇଓ ଘରେ ପଶିଲା ଭିଜିଲାନ୍ସ
ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି।
ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା।












Click it and Unblock the Notifications