Get Updates
Get notified of breaking news, exclusive insights, and must-see stories!

ବିଧାନସଭା ସମ୍ମୁଖରେ ଜୋରଦାର୍ ବିକ୍ଷୋଭ ପ୍ରଦର୍ଶନ , ୨ଟି ବ୍ୟାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ

ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରୁଥିବା ବେଳେ ପୋଲିସ ସେମାନଙ୍କୁ ଅଟକାଇଛି । ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି । କିଛି ଆନ୍ଦୋଳନକାରୀଙ୍କୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି ।

BJD

ସୂଚନା ଅନୁସାରେ ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗାଁ ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ଘେରାଉ କରିଛି ଦଳ । ପଞ୍ଚାୟତ ସମିତି ଆଇନକୁ କ୍ଷୁଣ୍ଣ କରାଯାଇଛି ବୋଲି ଅଭିଯୋଗ କରିଛି ବିଜେଡି ।

ବିଜେପି କର୍ମୀଙ୍କୁ ସୁହାଇଲା ଭଳି ସରକାର ସର୍କୁଲାର ଜାରି କରୁଥିବା ଅଭିଯୋଗ ଆଣିଛି ବିଜେଡି । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ବିଧି ବ୍ୟବସ୍ଥାକୁ ହନନ ପ୍ରତିବାଦରେ ଆଜି ବିଧାନସଭା ଘେରିବାକୁ ବିଜେଡି ନିଷ୍ପତ୍ତି ନେଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+