ଶ୍ରୀମନ୍ଦିରରେ ଦଶହରା ଉତ୍ସବ: ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ

ଶ୍ରୀମନ୍ଦିରରେ ଦଶହରା ଉତ୍ସବ: ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ

ପୁରୀ: ଆଜି ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ଅର୍ଥାତ ପବିତ୍ର ବିଜୟା ଦଶମୀ । ଏହି ଅବସରରେ ଶ୍ରୀମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କର ସୁନାବେଶ ଶ୍ରୀଜଗନ୍ନାଥ, ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି । ଆଜି ରାଜାରାଜେଶ୍ୱର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ନୂଆଲୁଗା ଲାଗି ପରେ କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ହରିଡା ମାଳ, ତବିଜ ମାଳ ଆଦି ସ୍ଵର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉଙ୍କୁ ବିଭୂଷିତ କରାଯାଏ । ହେଲେ ମହାପ୍ରଭୁ ଆୟୁଧ ହସ୍ତରେ ଧରି ନଥାନ୍ତି ।

Vijayadashami

ସକାଳ ଧୂପ ନୀତି ଶେଷ ହେବାପରେ ଚକ୍ର ମାଜଣା ହେବା ସହ ଆୟୁଧ ପୂଜା ହୋଇଥାଏ । ଏହାପରେ ଭିତର ବେଢ଼ା ପରିକ୍ରମା ପରେ ମହାପ୍ରଭୁ ଆୟୁଧ ହସ୍ତରେ ଧାରଣ କରିଥାନ୍ତି । ସେପଟେ ଶ୍ରୀଜୀୟୁ ଆୟୁଧ ଧାରଣ କରିବା ପରେ ମଙ୍ଗଳାର୍ପଣ ନୀତି ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କ ଠାରୁ ଦୁର୍ଗାମାଧବ, ଶ୍ରୀମଦନମୋହନ ଓ ଶ୍ରୀରାମକୃଷ୍ଣ ଆଜ୍ଞାମାଳ ପାଇ ବିମାନ ଓ ପାଲିଙ୍କିରେ ବିଜେ କରି ଜଗନ୍ନାଥବଲ୍ଲଭ ଦଶହରା ପଦାକୁ ବିଜେ କରିଥାଆନ୍ତି । ସେଠାରେ ବନ୍ଦାପନା, ପ୍ରସାଦଲାଗି ଓ ରାଜନିତି ସମ୍ପର୍ଣ୍ଣ ହେବା ପରେ ମହାପ୍ରଭୁ ମତ୍ସ୍ୟ ଶିକାର କରି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରନ୍ତି ।

ଆଉ ମହାପ୍ରଭୁଙ୍କର ଏହି ଚିତ୍ତାକର୍ଷକ ସୁନାବେଶ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିଥାନ୍ତି। କୋଭିଡ କଟକଣା ଯୋଗୁ ଦୁଇ ବର୍ଷ ସୁନାବେଶ ଦର୍ଶନରୁ ବଞ୍ଚିତ ଥିଲେ ଶ୍ରଦ୍ଧାଳୁ । ହେଲେ ଚଳିତ ବର୍ଷ କୋହଳ ହୋଇଛି କଟକଣା ଆଜି ସୁବର୍ଣ୍ଣ ଆଭୂଷିତ ହୋଇ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+