କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ, ମାଲକାନଗିରି ଓ କୋରାପୁଟରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ

ରାଜ୍ୟର ବିଭିନ୍ନ ସ୍ଥାନରେ ସଂକଳ୍ପ ଯାତ୍ରାର ସଚେତନତା ରଥକୁ ବିପୁଳ ସ୍ୱାଗତ କରାଯାଇଛି । ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜିତ ହୋଇଯାଇଛି । ଜିଲ୍ଲାର ବୋରିଗୁମ୍ମା ବ୍ଲକ୍‌ ଶଶାହାଣ୍ଡି ପଞ୍ଚାୟତରେ ଆୟୋଜିତ ସଂକଳ୍ପ ଯାତ୍ରାରେ ବହୁ ସଂଖ୍ୟାରେ ହିତାଧିକାରୀ ସାମିଲ ହୋଇଥିଲେ । ସେମାନେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ସହାୟତା ପାଉଥିବା ନେଇ ନିଜ ପ୍ରତିକ୍ରିୟାରେ କହିଥିଲେ । ଏଥିସହିତ ଯୋଜନା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ସରକାରଙ୍କୁ କୃତଜ୍ଞତା ଜଣାଇଥିଲେ । ଏହି ଅବସରରେ ନୂଆ ହିତାଧିକାରୀଙ୍କୁ ବିଭିନ୍ନ ଯୋଜନାରେ ପଞ୍ଜୀକରଣ କରାଯାଇଥିଲା। ସ୍ଥାନୀୟ ଲୋକମାନେ ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ନେଇ ଶପଥ ପାଠ କରିଥିଲେ।

ଅନୁରୂପ ଭାବେ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି । ଯାତ୍ରାର ସଚେତନତା ରଥ ଜିଲ୍ଲାର କୋଣଅନୁକୋଣରେ ପରିକ୍ରମା କରି କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିଛି । ଜିଲ୍ଲାର କୋରୁକୋଣ୍ଡା ବ୍ଲକ୍‌ ପୋଟ୍ରେଲ ଠାରେ ଆୟୋଜିତ ସଂକଳ୍ପ ଯାତ୍ରାରେ ପ୍ରଧାନମନ୍ତ୍ରୀ ନିଯୁକ୍ତି ସୃଜନ କାର୍ଯ୍ୟକ୍ରମ, ପ୍ରଧାନମନ୍ତ୍ରୀ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ସଂଗଠନୀକରଣ ଯୋଜନା, ପୋଷଣ ଅଭିଯାନ ଆଦି ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯାଇଥିଲା। ଏହି ଅବସରରେ ଏକ ପୁଷ୍ଟିକର ଖାଦ୍ୟ ମେଳା ମଧ୍ୟ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିଲା। ସେମାନେ ବିକଶିତ ଭାରତ ଗଠନ ପାଇଁ ଶପଥ ପାଠ କରିଥିଲେ।

Viksit Bharat Sankalp Yatra

ସେହିପରି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ରୋଡ୍‌ ଗ୍ରାମପଞ୍ଚାୟତ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ସୂଚନା, ଶିକ୍ଷା ଓ ସଚେତନତା ବାହନକୁ ବିପୁଳ ସ୍ୱାଗତ କରାଯାଇଥିଲା। ପଞ୍ଚାୟତ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ଏହି ଅବସରରେ ଆୟୋଜିତ ସ୍ୱାସ୍ଥ୍ୟ ଶିବିରରେ ସ୍ଥାନୀୟ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ସହିତ ଔଷଧ ମଧ୍ୟ ବିତରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମହିଳାମାନଙ୍କୁ ସଚେତନତା ପୁସ୍ତିକା ମଧ୍ୟ ବିତରଣ କରାଯାଇଥିଲା। ସେହିପରି ଊଜ୍ଜ୍ୱଳା ଯୋଜନାର ହିତାଧିକାରୀମାନଙ୍କୁ ଗ୍ୟାସ୍‌ ବିତରଣ କରାଯାଇଥିଲା। କିଛି ହିତାଧିକାରୀ ଯୋଜନାର ଲାଭ ସମ୍ପର୍କରେ ନିଜ ପ୍ରତିକ୍ରିୟା ରଖିଥିଲେ ।

ଅନ୍ୟପଟେ କେନ୍ଦୁଝର ଜିଲ୍ଲାର ବାଉରୀପଡ଼ା ଗ୍ରାମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯାଇଛି । ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କ ପଞ୍ଜୀକରଣ ଏବଂ ସହାୟତା ମଧ୍ୟ ବିତରଣ କରାଯାଇଛି । ଅନ୍ୟପଟେ ଜିଲ୍ଲାର ଜନାର୍ଦ୍ଦନପୁର ଠାରେ ମଧ୍ୟ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ବିକଶିତ ଭାରତ ଗଠନ ପାଇଁ ଶପଥ ପାଠ କରାଯାଇଛି । ହିତାଧିକାରୀମାନେ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସୁଫଳ ସମ୍ପର୍କରେ ପ୍ରତିକ୍ରିୟା ରଖିବା ସହିତ ଏଥିପାଇଁ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଠାରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ବହୁସଂଖ୍ୟାରେ ସାଧାରଣ ଲୋକ ଓ ସ୍କୁଲ କଲେଜ ଛାତ୍ରଛାତ୍ରୀ ଯୋଗ ଦେଇ ବିକଶିତ ଭାରତ ପାଇଁ ଶପଥ ପାଠ କରିଛନ୍ତି । ଏହି ଅବସରରେ ହିତାଧିକାରୀଙ୍କୁ ସଚେତନ କରାଯିବା ସହିତ ସେମାନଙ୍କୁ ସହାୟତା ମଧ୍ୟ ବିତରଣ କରାଯାଇଛି ।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶତପ୍ରତିଶତ ପ୍ରସାର ସୁନିଶ୍ଚିତ କରିବା ଲାଗି ଜାରି ରହିଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ଆସନ୍ତା ୨୫ ଜାନୁଆରୀ ୨୦୨୪ରେ ସମାପନ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+