ଓଡ଼ିଶାର ବିଭିନ୍ନ ସ୍ଥାନରେ ଆରମ୍ଭ ହେଲା ବିକଶିତ ଭାରତ ସଂକଳ୍ପ ଯାତ୍ରା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଝାଡ଼ଖଣ୍ଡର ଖୁଣ୍ଟି ଠାରେ 'ବିକଶିତ ଭାରତ ସଂକଳ୍ପ ଯାତ୍ରା'କୁ ଶୁଭାରମ୍ଭ କରିଥିବା ବେଳେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହି ଯାତ୍ରାକୁ ସମାନ୍ତରାଳ ଭାବେ ଆରମ୍ଭ କରାଯାଇଛି । ରାଜ୍ୟପାଳ ଶ୍ରୀ ରଘୁବର ଦାସ କେନ୍ଦୁଝର ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ସେ ସଂକଳ୍ପ ଯାତ୍ରାର ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସଂକଳ୍ପ ଯାତ୍ରାର ଏହି ସଚେତନତା ରଥ ବିଭିନ୍ନ ସ୍ଥାନ ପରିକ୍ରମା କରି କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଶତପ୍ରତିଶତ ପ୍ରସାର ପାଇଁ ସଚେତନତା ସୃଷ୍ଟି କରିବ। ଯାତ୍ରା ଅବସରରେ ହିତାଧିକାରୀଙ୍କର ପଞ୍ଜୀକରଣ ମଧ୍ୟ କରାଯିବ। ସଚେତନତା ରଥରେ ବିଭିନ୍ନ କାର୍ଯ୍ୟକ୍ରମ ପ୍ରସାରଣ କରାଯାଇ ସରକାରୀ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯିବ ।

ଏହି ଅବସରରେ ଆୟୋଜିତ ସଭାରେ କେନ୍ଦୁଝର ଜିଲ୍ଲାପାଳ ଆଶୀଷ ଠାକରେ, ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅତିରିକ୍ତ ସଚିବ ରଞ୍ଜନା ଚୋପ୍ରା, ଚମ୍ପୁଆ ବିଧାୟକ ମିନାକ୍ଷୀ ମହନ୍ତ, ପାଟଣା ବିଧାୟକ ଜଗନ୍ନାଥ ନାୟକ, ସଦର ବିଧାୟକ ମୋହନ ଚରଣ ମାଝୀ, କେନ୍ଦୁଝର ସ୍ୱତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷା ସୁଶ୍ରୀ ଲକ୍ଷ୍ମୀ ନାୟକ, କେନ୍ଦୁଝର ଜିଲ୍ଲା ପରିଷଦ ଅଧ୍ୟକ୍ଷା ସାଗରିକା ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

Viksit Bharat Sankalp Yatra

ଅନ୍ୟପଟେ କେନ୍ଦ୍ର ଜନଜାତି ବ୍ୟାପାର ଓ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଆୟୋଜିତ ସମାରୋହରେ ଉପସ୍ଥିତ ଜନସାଧାରଣଙ୍କୁ ସେ ବିକଶିତ ଭାରତ ସଂକଳ୍ପର ଶପଥ ପାଠ କରାଇଥିଲେ।

ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲାରେ ମଧ୍ୟ ବ୍ୟାପକ ଜନଭାଗିଦାରୀ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆରମ୍ଭ ହୋଇଛି । ଏଥିରେ ବହୁସଂଖ୍ୟାରେ ଜନସାଧାରଣ ଯୋଗ ଦେଇ 'ଆମ ସଂକଳ୍ପ ବିକଶିତ ଭାରତ' ଶପଥ ପାଠ କରିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରେ ମଧ୍ୟ ବିକଶିତ ଭାରତ ସଂକଳ୍ପ ଯାତ୍ରା ଶୁଭାରମ୍ଭ ହୋଇଛି।

ସୂଚନାଯୋଗ୍ୟ ଯେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଫ୍ଲାଗଶିପ୍‌ ଯୋଜନାର ଶତପ୍ରତିଶତ ପ୍ରସାର ଲକ୍ଷ୍ୟ ହାସଲ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଆଜି ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 'ବିକଶିତ ଭାରତ ସଂକଳ୍ପ ଯାତ୍ରା'ର ଶୁଭାରମ୍ଭ କରିଛନ୍ତି । ଆଦିବାସୀ ବହୁଳ ଜନସଂଖ୍ୟା ଥିବା ଜିଲ୍ଲାରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଯାତ୍ରା ଆରମ୍ଭ ହୋଇଛି ଏବଂ ୨୫ ଜାନୁଆରୀ ୨୦୨୪ ସୁଦ୍ଧା ଦେଶର ସବୁ ଜିଲ୍ଲାରେ ଯାତ୍ରା ପହଞ୍ଚିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+