ରାଜ୍ୟର ବିଭିନ୍ନ ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ବିପୁଳ ଜନସମର୍ଥନ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ବିପୁଳ ଜନଭାଗିଦାରୀ ସହ ଜାରି ରହିଛି । ବିଭିନ୍ନ ଜିଲ୍ଲାର ଗ୍ରାମାଞ୍ଚଳ ପଞ୍ଚାୟତରେ ସଂକଳ୍ପ ଯାତ୍ରାକୁ ବିପୁଳ ଜନସମର୍ଥନ ମିଳୁଛି ।

ନୂଆପଡ଼ା ଜିଲ୍ଲା ସଦର ବ୍ଲକ୍‌ ଡୁମେରପାଣି ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଛି । ଯାତ୍ରା ଅବସରରେ ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇ ବହୁ ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ହିତାଧିକାରୀଙ୍କୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ କରାଯିବା ସହିତ ଚାଷୀମାନଙ୍କୁ ଡ୍ରୋନ ବ୍ୟବହାର ଜ୍ଞାନକୌଶଳ ପ୍ରଶିକ୍ଷଣ ଦିଆଯାଇଥିଲା।

ନବରଙ୍ଗପୁର ଜିଲ୍ଲାରେ ନାଗରିକ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ମଧ୍ୟରେ ଯୋଗାଯୋଗର ମାଧ୍ୟମ ପାଲଟିଛି ବିକଶିତ ଭାରତ ସଂକଳ୍ପ ଯାତ୍ରା । ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ଆୟୋଜିତ ଯାତ୍ରା ଅବସରରେ ସରକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରାଯିବା ସହିତ ହିତାଧିକାରୀମାନେ ସେମାନଙ୍କର ପଞ୍ଜୀକରଣ କରିବା ସହ ନିଜ ଅନୁଭୂତି ପ୍ରକାଶ କରିଛନ୍ତି । ଏହି ଅବସରରେ ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ଶପଥ ପାଠ କରାଯାଇଛି ।

Viksit Bharat Sankalp Yatra

ସୁବର୍ଣ୍ଣପୁର ଜିଲ୍ଲା ସିନ୍ଦୁପୁର ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ବିକଶିତ ଭାରତ ଗଠନ ପାଇଁ ଶପଥ ପାଠ କରାଯାଇଛି । ଏହି ଅବସରରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୁଗାନ୍ତକାରୀ ଦୂରଦୃଷ୍ଟିରେ ଅନୁପ୍ରାଣିତ ହୋଇ ସ୍ଥାନୀୟ ଜନସମୁଦାୟ ବହୁସଂଖ୍ୟାରେ ଯାତ୍ରାରେ ସାମିଲ ହୋଇଛନ୍ତି । ଯାତ୍ରାର ଅଂଶବିଶେଷ ଭାବେ ସଚେତନତାଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଛି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଅନୁପ୍ରାଣିତ ହୋଇ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ୍‌ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବହୁସଂଖ୍ୟାରେ ଆଶା, ଅଙ୍ଗନୱାଡ଼ି କର୍ମୀ ଯୋଗ ଦେଇ ବିକଶିତ ରାଷ୍ଟ୍ର ଗଠନ ପାଇଁ ଶପଥ ପାଠ କରିଛନ୍ତି । ଏହି ଅବସରରେ ସଂକଳ୍ପ ଯାତ୍ରାର ସଚେତନତା ରଥରେ ଏଲଇଡି ପରଦା ମାଧ୍ୟମରେ ହିତାଧିକାରୀଙ୍କୁ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ସଚେତନ କରାଯାଇଥିଲା।

ଗଞ୍ଜାମ ଜିଲ୍ଲା ଆସ୍କା ବ୍ଲକ୍‌ ବେନପାଟ ଗାଁରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ବହୁସଂଖ୍ୟାରେ ମହିଳାଙ୍କ ଭାଗିଦାରୀ ଦେଖିବାକୁ ମିଳିଛି । ସେମାନେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ସମ୍ପର୍କରେ ଅବଗତ ହେବା ସହିତ ବିକଶିତ ଭାରତ ଗଠନ ପାଇଁ ଶପଥ ପାଠ କରିଛନ୍ତି । ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ହିତାଧିକାରୀଙ୍କୁ ସଚେତନ କରାଯାଇଛି । ସେହିପରି ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍‌ର କାଲିପଲ୍ଲି ପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ବହୁସଂଖ୍ୟାରେ ସାଧାରଣ ଲୋକ ସାମିଲ ହୋଇଥିଲେ। ସ୍ଥାନୀୟ ସମୁଦାୟର ଲୋକଙ୍କୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ କରାଯାଇଥିଲା।

ଅପରପକ୍ଷରେ ମାଲକାନଗିରି ଜିଲ୍ଲା ରାସବେଡ଼ା ଗ୍ରାମପଞ୍ଚାୟତରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ହିତାଧିକାରୀଙ୍କୁ ସଚେତନ କରାଯାଇଥିଲା । ସ୍ଥାନୀୟ ଜନପ୍ରତିନିଧିମାନେ ହିତାଧିକାରୀଙ୍କ ସହ ମିଶି ବିକଶିତ ଗଠନ ପାଇଁ ଶପଥ ପାଠ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+