ରାଜ୍ୟରେ ବଢୁଛି କି ମହିଳାଙ୍କ ପ୍ରତି ହିଂସା ମାମଲା ? ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା

ଓଡ଼ିଶାରେ ବଢୁଛି ମହିଳା ବିରୋଧୀ ଅପରାଧ । ଦୁଷ୍କର୍ମ ଭଳି ସମ୍ବେଦନଶୀଳ ଘଟଣା ସହ ଅପହରଣ, ଘରୋଇ ହିଂସା, ସମ୍ମାନହାନୀ ଭଳି ଘଟଣା ବଢିବାରେ ଲାଗିଛି । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ।

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି ମହିଳା ବିରୋଧୀ ଅପରାଧ । ଦୁଷ୍କର୍ମ ଭଳି ସମ୍ବେଦନଶୀଳ ଘଟଣା ସହ ଅପହରଣ, ଘରୋଇ ହିଂସା, ସମ୍ମାନହାନୀ ଭଳି ଘଟଣା ବଢିବାରେ ଲାଗିଛି । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ।

Violence Against Women

ତେବେ ରାଜ୍ୟରେ ମହିଳା ବିରୋଧୀ ଅପରାଧ କେତେ ମାତ୍ରାରେ ବଢିଛି ? ଏହା ଜାତୀୟ ହାର ତୁଳନାରେ କମ ନା ଅଧିକ ? ଏହି ମାମଲାରେ କେତେ ଅଭିଯୋଗ ଫର୍ଦ୍ଦ ଦାଖଲ ହୋଇଛି ? ଏନେଇ ଗୃହରେ ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ଆଉ ଯାହାର ଲିଖିତ ଉତ୍ତର ଦେଇଛନ୍ତି ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ।

ମନ୍ତ୍ରୀ କହିଛନ୍ତି ଯେ, ଦିନକୁ ୨୯ ରୁ ଅଧିକ ମହିଳାଙ୍କ ସମ୍ମାନହାନି, ୧୬ରୁ ଅଧିକ ମହିଳାଙ୍କୁ ଅପହରଣ ଓ ୭ ରୁ ଅଧିକ ମହିଳା ହେଉଛନ୍ତି ଦୁଷ୍କର୍ମର ଶିକାର । ସେହିପରି ୨୦୨୦ ମସିହା ତୁଳନାରେ ୨୦୨୧ ମସିହାରେ ରାଜ୍ୟରେ ମହିଳାଙ୍କ ବିରୁଦ୍ଧରେ ସବୁପ୍ରକାରର ହିଂସା ବୃଦ୍ଧି ପାଇଛି । ୨୦୨୨ ଜାନୁଆରୀରୁ ଏପ୍ରିଲ ୩୦ ତାରିଖ ମଧ୍ୟରେ ରାଜ୍ୟରେ ୧୯୮୩ ଟି ଅପହରଣ ଓ ୮୬୮ ଟି ଦୁଷ୍କର୍ମ ମାମଲା ପଞ୍ଜିକୃତ ହୋଇଛି ।

ସେହିପରି ୨୦୨୦ ମସିହାରେ ୭୯୩୭ଟି, ୨୦୨୧ରେ ୧୦୦୧୮ଟି ଓ ୨୦୨୨ ଏପ୍ରିଲ ୩୦ ମଧ୍ୟରେ ୩୫୩୪ଟି ମହିଳା ଅସଦାଚରଣ ମାମଲା ଥାନାରେ ପଞ୍ଜିକୃତ ହୋଇଛି । ମହିଳା ଅପହରଣ ମାମଲା ୨୦୨୦ ମସିହାରେ ୩୭୨୦ଟି, ୨୦୨୧ରେ ୫୧୭୫ଟି ଓ ୨୦୨୨ ଏପ୍ରିଲ ୩୦ ସୁଦ୍ଧା ୧୯୮୩ଟି ମାମଲା ପଞ୍ଜିକୃତ ହୋଇଛି ।

ସେହିପରି ଘରୋଇ ହିଂସା ମାମଲା ୨୦୨୦ରେ ୩୧୫୩ଟି, ୨୦୨୧ରେ ୪୮୮୯ଟି, ୨୦୨୨ ଏପ୍ରିଲ ସୁଦ୍ଧା ୧୪୩୦ଟି ମାମଲା ପଞ୍ଜିକୃତ ହୋଇଛି । ସେହିପରି ଯୌତୁକ ନିର୍ୟାତନାରେ ୨୦୨୦ ମସିହାରେ ୩୭୫୯ଟି, ୨୦୨୧ରେ ୪୯୫୩ଟି ଓ ୨୦୨୨ ଏପ୍ରିଲ ୩୦ ତାରିଖ ସୁଦ୍ଧା ୧୪୪୨ଟି ମାମଲା ପଞ୍ଜିକୃତ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+