ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ସଂଲଗ୍ନ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହୋଇଛି । ଗତକାଲି କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଟକା ପବନ ବି ଅନୁଭୂତ ହୋଇଥିଲା । ଗୋଟିଏ ବି ଦୁଇଟି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଛି । ଟୁଇନ ସିଟିରେ ପ୍ରବଳ ବର୍ଷା ଯୋଗୁଁ ଦିନରେ ରାତିର ଭ୍ରମ ସୃଷ୍ଟି ହୋଇଥିଲା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି ।

ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ ଜିଲ୍ଲାରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିବ । ଆଜି ବି ଝଡ଼ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ଉଚ୍ଚରେ ଉତ୍ତର ଉପକୂଳ ଓଡ଼ିଶା ସଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଲଘୁଚାପ ଦୁର୍ବଳ ହେବା ଫଳରେ ରାଜ୍ୟରେ ପାଗ ଶୁଖିଲା ରହିବ ।
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications