ପାଣ୍ଡିଆନଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ: ସ୍କୁଲ ରୂପାନ୍ତର କାର୍ଯ୍ୟର ସମୀକ୍ଷା

ପଣ୍ଡିଆନଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ: ସ୍କୁଲ ରୂପାନ୍ତର କାର୍ଯ୍ୟର ସମୀକ୍ଷା

ଭୁବନେଶ୍ବର: ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ୍ ଚଳିତ ମାସ ୧୫ ଓ ୧୬ ତାରିଖ ଦୁଇ ଦିନ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡ ଅଞ୍ଚଳ ଗସ୍ତ କରି ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି।

VK Pandian Ganjam

ସ୍କୁଲ ପିଲାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କଲ୍ ଯୋଗେ ଶାସନ ଆମ୍ଵ ଗାଁର ବୃନ୍ଦାବନ ସ୍ମୃତି ବିଦ୍ୟାପୀଠର ଛାତ୍ରଛାତ୍ରୀ ମୀରା ସ୍ବାଇଁ ଓ ଦୀପକ ଦଳାଇଙ୍କ ସହ କଥା ହୋଇ ସ୍କୁଲ ରୂପାନ୍ତରୀକରଣ କାମ ସମ୍ପର୍କରେ ପିଲା ତଥା ଅଭିଭାବକମାନଙ୍କ ମତାମତ ଲୋଡିଥିଲେ ।ସେମାନେ ସ୍କୁଲ ରୂପାନ୍ତରୀକରଣ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପର ଉଚ୍ଚ ପ୍ରଶସା କରିବା ସହ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ପାଣ୍ଡିଆନ ପ୍ରଥମେ ହିଞ୍ଜିଳି ଓ ଶେରଗଡରେ ଥିବା ୩୯ଟି ହାଇସ୍କୁଲରେ ୫-ଟି କାର୍ଯ୍ୟକ୍ରମ ଅଧିନରେ ଚାଲିଥିବା ରୂପାନ୍ତରୀକରଣ କାମ ପର୍ଯ୍ୟବେକ୍ଷଣ କରିଥିଲେ। ଏହି ଅବସରରେ ସେ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ, ଅଭିଭାବକ, ସ୍କୁଲ ପରିଚାଳନା କମିଟିର ସଦସ୍ୟ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କ ସହିତ ଏହି ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ। ଏହି ସ୍ମାର୍ଟ କ୍ଲାସ ରୁମ୍‌ କାର୍ଯ୍ୟକ୍ରମରେ ସ୍କୁଲ ଗୁଡିକରେ ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ସ୍ବଚ୍ଛ ଶୌଚାଳୟ, ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଖେଳପଡିଆ ଓ ବୃକ୍ଷରୋପଣ ଆଦି କାର୍ଯ୍ୟକ୍ରମକୁ ୫-ଟି ସଚିବ ପର୍ଯ୍ୟବେକ୍ଷଣ କରି ଅଗ୍ରଗତିର ସମୀକ୍ଷା କରିଥିଲେ।

VK Pandian

ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି ଯେ ହିଞ୍ଜିଳି ଓ ଶେରଗଡର ୩୯ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ କାମ ସଂପୂର୍ଣ୍ଣ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୨୧ ତାରିଖରୁ ଏହାକୁ ପର୍ଯ୍ୟାୟକ୍ରମେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ। ସୂଚନାଯୋଗ୍ୟ ଯେ ସାରା ରାଜ୍ୟରେ ୧୦୭୨ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍ର ବିକାଶ କରାଯାଉଛି। ଏଥିରେ ପିଲାଙ୍କ ପାଇଁ କମ୍ପୁଟର ବ୍ୟବସ୍ଥା ସହିତ ଉନ୍ନତ ଲାବୋରେଟୋରୀ, ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧା କରାଯାଉଛି ।

maa tara tarini

ଚଳିତ ନଭେମ୍ବର ମାସରେ ସରିବ ତାରାତାରିଣୀ ମନ୍ଦିର ବିକାଶ କାର୍ଯ୍ୟ

ଶ୍ରୀ ପାଣ୍ଡିଆନ୍ ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଓ ଏହାର ପାରିପାର୍ଶ୍ବିକ ବିକାଶ କାମ ପର୍ଯ୍ୟବେକ୍ଷଣ କରିଥିଲେ। ମନ୍ଦିରର ପ୍ରସାଦ ସେବନ ହଲ୍‌, ଇଣ୍ଟରପ୍ରିଟେସନ୍ ସେଣ୍ଟର୍, ଦୀପଘର, ସ୍ନାନ ମଣ୍ଡପ, ଯଜ୍ଞ ମଣ୍ଡପ ଆଦି ପର୍ଯ୍ୟବେକ୍ଷଣ କରିଥିଲେ ଏବଂ ମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କରିଥିଲେ। ଏହା କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଇ ସେ ଅଧିକାରୀମାନଙ୍କୁ ମନ୍ଦିର ବିକାଶ କାର୍ଯ୍ୟକୁ ନଭେମ୍ବର ୨୦୨୧ ସୁଦ୍ଧା ସଂପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଶ୍ରୀ ପାଣ୍ଡିଆନ ପୁରୁଷୋତ୍ତମପୁର ଆଇ.ଟି.ଆଇ ପରିଦର୍ଶନ କରି ସେଠାରେ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ ମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ପିଲାମାନଙ୍କୁ ଶିକ୍ଷାଦାନ ପଦ୍ଧତିରେ ବିଭିନ୍ନ ଆଧୁନିକ ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+