Get Updates
Get notified of breaking news, exclusive insights, and must-see stories!

ଶ୍ରୀମନ୍ଦିର ପରିଦର୍ଶନ କଲେ ପାଣ୍ଡିଆନ; ଭକ୍ତଙ୍କ ପାଇଁ ସୁବ୍ୟବସ୍ଥିତ ଦର୍ଶନ ଓ ଭିଡ଼ ପରିଚାଳନା ବ୍ୟବସ୍ଥା ପାଇଁ ପରାମର୍ଶ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ପାଇଁ କେତେକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି । ଆଜି ପ୍ରତ୍ୟୁଷ ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ଆବଶ୍ୟକ ପରାମର୍ଶ ଦେଇଥିଲେ ।

ଏହି ଅବସରରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ ସମ୍ପର୍କରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏକ ଉପସ୍ଥାପନା ରଖା ଯାଇଥିଲା । ଭିଡ଼ ପରିଚାଳନାକୁ ଦକ୍ଷ କରିବା, ଭକ୍ତ ମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥାକୁ ସହଜ କରିବା ଉପରେ ଶ୍ରୀ ପାଣ୍ଡିଆନ ଗୁରୁତ୍ଵ ଆରୋପ କରିଥିଲେ ।

ଏହା ସହିତ ପରିକ୍ରମା ପ୍ରକଳ୍ପ ଠିକ୍ ସମୟରେ ଶେଷ କରିବା ପାଇଁ ସେ ଗୁରୁତ୍ଵ ଦେଇ କେତେକ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ ।

Vk Pandian

ମଠ ପୁନ ନିର୍ମାଣ ପାଇଁ ଅଧିକ ସଂଖ୍ୟକ ଦକ୍ଷ କାରିଗର ନିଯୁକ୍ତ କରିବାକୁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ । ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

ପରିକ୍ରମା ପ୍ରକଳ୍ପର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଦିଗରେ ହୋଇଥିବା landscaping କାମ ପ୍ରଦର୍ଶନ କରି ଏହାକୁ ତ୍ବରାନ୍ବିତ କରିବାକୁ ପରାମର୍ଶ ଦେଇଥିଲେ । ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ସବୁ ଇଲେକ୍ଟ୍ରିକାଲ କାମକୁ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ । ସେଠାରେ ଥିବା ବିଭିନ୍ନ ପୋଲ୍, ତାର ଓ ଅନ୍ୟାନ୍ୟ ସେବା ବ୍ୟବସ୍ଥାକୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ମେଘନାଦ ପାଚେରୀ ନିକଟରେ ଥିବା ଐତିହ୍ୟ ସମ୍ପନ୍ନ ଛୋଟ ଛୋଟ ମନ୍ଦିର ଓ ନିର୍ମାଣକୁ ସୁରକ୍ଷିତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀ ମାନେ ଯେପରି ସ୍ବଚ୍ଛନ୍ଦରେ ମନ୍ଦିର ରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ ବଡ଼ ଦାଣ୍ଡ ଓ overhead tank ନିକଟରେ ଥିବା ଅନାବଶ୍ୟକ ନିର୍ମାଣକୁ ଦୂର କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ ।

Effluent treatment plant, ପରିମଳ ବ୍ୟବସ୍ଥାର ଉନ୍ନତି କାମ ଠିକ୍ ସମୟରେ ସରିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ ।
ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ, IG ,SP OBCC MD ଏବଂ ବିଭିନ୍ନ executing agency ର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+