ଆଜି ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ, ୭ଟାରୁ ପୋଲିଂ, ୧୪ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ
ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନ ପାଇଁ ଆଜି ଭୋଟଗ୍ରହଣ ହେବ । ମତାଧିକାର ସାବ୍ୟସ୍ତ କରିବେ ଜନତା । ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ନୂଆପଡ଼ା ନିର୍ବାଚନମଣ୍ଡଳୀର ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଜଣ ମତଦାତା ନେତା ବାଛିବେ । ସେମାନଙ୍କ ମଧ୍ୟରେ ୧ ଲକ୍ଷ ୨୪ ହଜାର ୧୦୮ ଜଣ ପୁରୁଷ, ୧ ଲକ୍ଷ ୨୯ ହଜାର ୪୯୫ ମହିଳା, ୧୭୮୬ ଜଣ ବରିଷ୍ଠ ନାଗରିକ, ୯୪୨୯ଜଣ ନୂଆ ଭୋଟର ଓ ୩୯୮୮ଜଣ ଭିନ୍ନକ୍ଷମ ଭୋଟର ରହିଛନ୍ତି । ଭୋଟଗ୍ରହଣ ପାଇଁ ମୋଟ ୩୫୮ଟି ମତଦାନ କେନ୍ଦ୍ର ରହିଛି ।

ତନ୍ମଧ୍ୟରୁ ୪୭ଟି ବୁଥ୍ ସମ୍ବେଦନଶୀଳ ଏବଂ ୮ଟି ଅତିସମ୍ବେଦନଶୀଳ ବୁଥ୍ ରୂପେ ଚିହ୍ନଟ ହୋଇଛି। ପୋଲିଂଦଳର ସଦସ୍ୟମାନେ ନୂଆପଡ଼ା ଗୋତମା ଏୟାରଷ୍ଟ୍ରିପ୍ରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଅତିସମ୍ବେଦନଶୀଳ ବୁଥ୍କୁ ଯାଇଛନ୍ତି। ସୁନାବେଡ଼ା ଅଭୟାରଣ୍ୟ ସଂଲଗ୍ନ ଏହି ୮ଟି ବୁଥ୍ ସୋସେଙ୍ଗ, ସୋସେଙ୍ଗ-୨, ଦେଓସିଲ, ସୁନାବେଡ଼ା, ସୁନାବେଡ଼ା-୧(ଏ), ଜାମଗାଁ, ଗାତିବେଡ଼ା-୧ ଓ ଗାତିବେଡ଼ା-୨ ବୁଥ୍କୁ ହେଲିକପ୍ଟରରେ ଆଜି ଦିନ ୧୨ଟାରେ ପୋଲିଂଦଳ ଯାଇଛନ୍ତି ।
ଇଭିଏମ୍ରେ କିପରି ମତଦାନ କରାଇବେ ପୋଲିଂ ଅଧିକାରୀଙ୍କୁ ସେନେଇ ପ୍ରଶିକ୍ଷଣ ଦିଆଯାଇଛି। ୧୧ ତାରିଖ ଅପରାହ୍ଣ ୫ଟା ଯାଏଁ ମତଦାନ ପ୍ରକ୍ରିୟା ଜାରି ରହିବ। ସମ୍ବେଦନଶୀଳ ବୁଥ୍ରେ ଅପରାହ୍ଣ ୪ଟା ଯାଏଁ ଭୋଟଗ୍ରହଣ ହେବ। ସମ୍ବେଦନଶୀଳ ବୁଥ୍ରେ ସଶସ୍ତ୍ର ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି।












Click it and Unblock the Notifications