ଫୁଲୁଛି ବୈତରଣୀ, ଜଳକା,... ବଢୁଛି ବନ୍ୟା ଆଶଙ୍କା
ଫୁଲୁଛୁ ନଦୀ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ଓ ଜଳକା ନଦୀ । ବଢୁଛି ଦୁଇ ନଦୀର ଜଳସ୍ତର । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢୁଛି ବୈତରଣୀ ନଦୀର ଜଳସ୍ତର ।
ମଥାନି ଠାରେ ଜଳକା ନଦୀର ଜଳସ୍ତର ବିପଦ ସଙ୍କେତ 5.5 ମିଟର ଥିବାବେଳେ ସକାଳ 6 ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ 6.32 ମିଟରରେ ପହଞ୍ଚିଥିଲା । ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ହେବା ପରେ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି ।

ସେହିପରି ଭଦ୍ରକ ଆଖୁଆପଦା ଆନିକଟ ନିକଟରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀର ଜଳସ୍ତର । ନଦୀର ବିପଦ ସଂକେତ 17.83 ମିଟର ଥିବା ବେଳେ ଏବେ 17.91 ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଦୁଇଦିନ ହେବ ଲଗାଣ ବର୍ଷା ହେବା ଫଳରେ ବୈତରଣୀ ନଦୀର ଜଳସ୍ତର ବଢିବାରେ ଲାଗିଛି । ଯାହାଫଳରେ ବୈତରଣୀରେ ବନ୍ୟା ଆଶଙ୍କା କରାଯାଉଛି ।
ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ ଅଛନ୍ତି । ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ନଦୀର ଜଳସ୍ତର ବଢୁଛି ।
ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ନଦୀର ଜଳସ୍ତର ବଢୁଛି। ବର୍ତ୍ତମାନ ଯଦି ବନ୍ୟା ହୁଏ, ତା'ହେଲେ ବସ୍ତା ଓ ସଦର ବ୍ଲକର ପାଖାପାଖି 12 ଟି ପଞ୍ଚାୟତର ଚାଷ କ୍ଷତି ହେବାର ଆଶଙ୍କା ରହିଛି।












Click it and Unblock the Notifications