କମୁଛି ଜଳସ୍ତର; ବନ୍ଦ ହେଲା ହୀରାକୁଦର ୪ ଗେଟ୍ , ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ

କମୁଛି ହୀରାକୁଦ ଡ୍ୟାମ୍‌ର ଜଳସ୍ତର । ବନ୍ଦ ହେଲା ୪ ଗେଟ୍ । ଏବେ ୨୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି। ଏଥିଭିତରୁ ବାମ ପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଖୋଲାଯାଇଛି ।

ଗତକାଲି ଅଧିକ ଜଳ ପ୍ରବେଶକୁ ଦୃଷ୍ଟିରେ ରଖି ଶୁକ୍ରବାର ୨ଟି ପର୍ଯ୍ୟାୟରେ ହୀରାକୁଦର ୮ଟି ଗେଟ୍‌ ଖୋଲାଯାଇଥିଲା। ଏଥିସହିତ ମୋଟ ଖୋଲା ଯାଇଥିବା ଗେଟ୍‌ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା। ଗତ ୩ ଦିନ ଧରି ଉପର ମୁଣ୍ଡରେ ବର୍ଷା ଫଳରେ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଥିଲା। ଶୁକ୍ରବାର ସକାଳ ୮ଟା ବେଳକୁ ହୀରାକୁଦକୁ ହାରାହାରି ୨ ଲକ୍ଷ ୯୩ ହଜାର ୫୧୨ କ୍ୟୁସେକ୍ ପାଣି ପ୍ରବେଶ କରୁଥିଲା । ତେଣୁ ଜଳସ୍ତର ବଜାୟ ରଖିବାକୁ ସକାଳ ୯ଟାରେ ୪ଟି ଓ ଦିନ ୨ଟାରେ ଆଉ ୪ଟି ଗେଟ୍ ଖୋଲା ଯାଇଥିଲା । ଫଳରେ ହୀରାକୁଦ ବାମପାର୍ଶ୍ବର ୧୬ ଓ ଡାହାଣ ପାର୍ଶ୍ବର ୮ଟିକୁ ମିଶାଇ ମୋଟ ୨୪ଟି ସ୍ଲୁଇସ୍‌ ଗେଟ୍‌ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସିତ ହେଉଥିଲା।

Water level is decreasing

ସେହି ସମୟରେ ମହାନଦୀ ତଳମୁଣ୍ଡ ବେଲଗାଁରେ ୧୪ ହଜାର କ୍ୟୁସେକ୍‌, ପର୍ଥଲାରେ ୩୭ ହଜାର କ୍ୟୁସେକ୍‌, ଖଇରମାଳରେ ୪ ଲକ୍ଷ ୧୮ ହଜାର କ୍ୟୁସେକ୍‌, ବରମୂଳରେ ୩ ଲକ୍ଷ ୧୧ ହଜାର କ୍ୟୁସେକ୍‌ ଓ ମୁଣ୍ଡଳିରେ ୧ ଲକ୍ଷ ୯୬ ହଜାର ୦୨୬ କ୍ୟୁସେକ୍‌ ଜଳ ପ୍ରବାହିତ ହେଉଥିଲା। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଉପର ଓ ତଳମୁଣ୍ଡରେ ବର୍ଷା ହ୍ରାସ ପାଇଛି । ଗୁରୁବାର ସକାଳ ୮ଟାରୁ ଶୁକ୍ରବାର ସକାଳ ୮ଟା ମଧ୍ୟରେ ଉପର ମୁଣ୍ଡରେ ୧୧.୧୮ ମିମି ଏବଂ ତଳମୁଣ୍ଡରେ ୬.୮୦ ମିମି ବର୍ଷା ରେକର୍ଡ କରାଯାଇଛି । ୨୪ଟି ଗେଟ୍‌ ଖୋଲାଯିବାରୁ ସମ୍ବଲପୁର ସହର ଉପକଣ୍ଠ ମାଳତି ନଦୀରେ ମହାନଦୀର ପଛୁଆପାଣି ପଶି ମାଳତି ଗୁଣ୍ଡେରପୁର ପୋଲ ଉପରେ ୨ ଫୁଟ ପାଣି ପ୍ରବାହିତ ହେଉଛି। ଫଳରେ ସମ୍ବଲପୁର-ସୁବର୍ଣ୍ଣପୁରମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+