ବଢ଼ିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର
ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ବଢ଼ିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ବର୍ତ୍ତମାନ ଜଳସ୍ତର ୬୦୪ ଫୁଟକୁ ଛୁଇଁଲାଣି । ଜଳସ୍ତର ୨ ଫୁଟ ବଢିଛି । ବର୍ତ୍ତମାନ ଡ଼୍ୟାମ ଭିତରକୁ ସେକେଣ୍ଡ ପ୍ରତି ୧ ଲକ୍ଷ ୭୨ ହଜାର ୧୭୬ କ୍ୟୁସେକ ଜଳ ଜଳଭଣ୍ଡାରରେ ପ୍ରବେଶ କରୁଛି ।

ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ କରିବାରେ ଲାଗିଛି । ଛତିଶଗଡରେ ଲଗାଣ ବର୍ଷା ଯୋଗୁ ଗତକାଲି ଠାରୁ ଜଳଭଣ୍ଡାରରେ ଅଧିକ ବନ୍ୟାଜଳ ପ୍ରବେଶ କରୁଛି ।












Click it and Unblock the Notifications