ବର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ
ବର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ । ଆମ ବସ୍ ଦୁର୍ଘଟଣାରେ ସର୍ବାଧିକ ଭୁବନେଶ୍ୱରରେ ୬ ଜଣ ମୃତ୍ୟୁବରଣ କରିଥିବା ବେଳେ କଟକରେ ଜଣେ ମୃତ୍ୟୁବରଣ କରିଛନ୍ତି । ସେହିପରି ଆମ ବସ୍ ଦୁର୍ଘଟଣାରେ ବର୍ଷକ ମଧ୍ୟରେ ୮ ଜଣ ହୋଇଛନ୍ତି ଗୁରୁତର ସର୍ବାଧିକ ଭୁବନେଶ୍ୱର ୪ ଜଣ ଗୁରୁତର ହୋଇଛନ୍ତି ।

ସେହିଭଳି ପୁରୀ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁର ରେ ଜଣେ ଲେଖାଏଁ ହୋଇଛନ୍ତି ଗୁରୁତର ଦୁର୍ଘଟଣା ରୋକିବାକୁ ଏହି ବର୍ଷକ ମଧ୍ୟରେ ୨୮ ହଜାର ୭୦୦ ଥର ବିଭାଗ ପକ୍ଷରୁ ଯାଞ୍ଚ କରାଯାଇଛି ତାହା ସହ ସ୍ପିଡ଼ ଲିମିଟ କୁ ମଧ୍ୟ ଫିକ୍ସ କରାଯାଇଛି । ଇଲେକ୍ଟ୍ରିକ ବସ୍ ଗୁଡ଼ିକର ବେଗ ୩୫ କିମି ମଧ୍ୟରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଡ଼ିଜେଲ ଚଳିତ ବର୍ଷ ର ବେଗ ୪୦ ଓ ରାଜପଥରେ ଚାଲୁଥିବା ଆମ ବସ୍ ଗୁଡ଼ିକର ବେଗ ୫୦ କିମି ଭିତରେ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications