ଇଏ ଦୁଇମୁଣ୍ଡିଆମାନଙ୍କୁ ଆମେ ଛାଡ଼ିବୁନୁ, ମୁଁ କହିସାରିଛି- ମୁନ୍ନା

ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ ଚାଲୁଥିଲୁ। ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ। ବିଜୁ ବାବୁ କହୁଥିଲେ ଯେଉଁ ଅଫିସର କାମ କରୁନି ତାଙ୍କୁ ଚାପୁଡ଼ା ମାର। କିନ୍ତୁ ଆମ ନେତା ନବୀନ ଆମକୁ ଶାନ୍ତି ଶୃଙ୍ଖଳାର ପାଠ ପଢ଼େଇଲେ। ମୁଁ ନବୀନଙ୍କୁ କହିସାରିଛି ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ। ଇଏ ଦୁଇମୁଣ୍ଡିଆମାନଙ୍କୁ ଆମେ ଛାଡ଼ିବୁ ନାହିଁ। ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବ ନାହିଁ। କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ ରହି କାମ କରିବାକୁ ଆହ୍ବାନ ଦେଇଛନ୍ତି।

Munna
ସୂଚନାଯୋଗ୍ୟ,ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ। ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।
ଏହାସହ ନବୀନ ବିରୋଧୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ୧୮ ମାସରେ ସରକାର ଥିବା ଭଳି ଲାଗୁନି। ଡବଲ ଇଞ୍ଜିନ ସରକାରରେ ବିକାଶ ନାହିଁ। ଚାଷୀଙ୍କୁ ସାର ମିଳୁନି। ଧାନ ମଣ୍ଡି ଖୋଲୁ ନାହିଁ। ମିଶନ ଶକ୍ତି ମା'ମାନେ ହଇରାଣ ହେଉଛନ୍ତି। ଯୁବ ସମାଜ ହତାଶ ହୋଇପଡ଼ିଛି। ଆଇନ ଶୃଙ୍ଖଳା ନ କହିବା ଭଲ। ମହିଳା ଅତ୍ୟାଚାର ବଢିବାରେ ଲାଗିଛି।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+