'ବାତ୍ୟା ଟଳିବାର ୪୮ ଘଣ୍ଟାରେ ବିଦ୍ୟୁତ୍ ପୁନଃସ୍ଥାପନ କରିବୁ'

ବଳ ଗୋଟାଉଛି ବାତ୍ୟା ମନ୍ଥା। ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ଗତି କରି ନିକଟତର ହେଉଛି। ମଚ୍ଛଲିପଟନମଠାରୁ ୧୪୦ ଏବଂ କାକିନାଡାଠାରୁ ୨୪୦ କିମି ଦୂରରେ ରହିଛି। ଗୋପାଳପୁରଠାରୁ ୫୩୦ କିଲୋମିଟର ଦୂରରେ ରହିଛି ମନ୍ଥା। ଆଜି ସନ୍ଧ୍ୟା କିମ୍ବା ରାତିରେ ସ୍ଥଳଭାଗ ଛୁଇଁବା ନେଇ ସୂଚନା ରହିଛି। ଆନ୍ଧ୍ର ଉକୂଳ କାକିନାଡା ଦଇ ଅତିକ୍ରମ କରିବ ବାତ୍ୟା। ଲ୍ୟାଣ୍ଡଫଲ ବେଳେ ପବନର ବେଗ ସର୍ବାଧିକ ୧୧୦ କିମି ରହିବ। ତେବେ ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ।

kv singh deo

ଯଦି ଅଧିକ ପବନ କିମ୍ବା ବର୍ଷା ଯୋଗୁଁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଉଛି , ତୁରନ୍ତ ସେ ସବୁକୁ ଲଗାଇବା ପାଇଁ ବ୍ୟବସ୍ଥା ହୋଇଛି। ୯ଟି ଜିଲ୍ଲାରେ ତାର, ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ମହଜୁଦ୍‌ ରଖାଯାଇଛି। ବାତ୍ୟା ଟଳିବାର ୪୮ ଘଣ୍ଟାରେ ବିଦ୍ୟୁତ୍ ପୁନଃସ୍ଥାପନ କରିବୁ। ଧାନ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ ଜିଲ୍ଲାପାଳ ମାନଙ୍କୁ ତୁରନ୍ତ ରିପୋର୍ଟ ଦେବାକୁ କୁହାଯାଇଛି। ଦାନା ସମୟରେ ୭ ଦିନରେ ଟଙ୍କା ଦିଆଯାଇଥିଲା। ଏବେ ମଧ୍ୟ ସେହି ଢଙ୍ଗରେ କ୍ଷତିପୂରଣ ଦିଆଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+