Odisha Weather: କାଲିଠୁ ୩ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ

କାଳବୈଶାଖୀ ବର୍ଷା ଯୋଗୁଁ ମାର୍ଚ୍ଚ ମାସରେ ତାପମାତ୍ରା ଏକପ୍ରକାର ସାଧାରଣ ଥିବା ବେଳେ ରାଜ୍ୟରେ ପୁଣି ଥରେ ଗରମ ବଢ଼ିଛି । ଆଗାମୀ ୩ ଦିନରେ ଗ୍ରୀଷ୍ମ ପ୍ରବାହ ଆହୁରି ବଢ଼ିବ । ବିଗତ ୨୪ ଘଣ୍ଟାରେ ବୌଦ୍ଧ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୩୮.୯ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି। ସେହିପରି ୩୮ ଡିଗ୍ରି ଉପରେ ୧୨ ଜିଲ୍ଲାରେ ତାପମାତ୍ରା ରେକର୍ଡ କରାଯାଇଛି।

ଏନେଇ ସତର୍କ ସୂଚନା ଜାରି ହୋଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଜାରି ହୋଇଥିବା ସତର୍କବାଣୀ ଅନୁଯାୟୀ ମାର୍ଚ୍ଚ ୨୮ରୁ ପୁଣି ତାତି ବଢ଼ିବ। କିନ୍ତୁ ଅପ୍ରେଲ ୨ ତାରିଖ ବେଳକୁ ବର୍ଷା ହୋଇପାରେ ।

ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ୨୪ ଘଣ୍ଟାରେ ତାପମାତ୍ରା ବଢ଼ିବ। ଆଗାମୀ ୩ ଦିନରେ ଦିନ ସମେତ ରାତ୍ରିର ତାପମାତ୍ରା ୨ରୁ ୪ ଡିଗ୍ରି ସେଲସିୟସ ବୃଦ୍ଧି ପାଇବ।

Heat wave to continue for 3 days from tomorrow

ଏହାପରେ ପାଗରେ ବିଶେଷ ପରିବର୍ତ୍ତନ ନାହିଁ। କେତେକ ସ୍ଥାନରେ ୪୦ କିମ୍ବା ତା ଠାରୁ ଅଧିକ ତାପମାତ୍ରା ରହିପାରେ। କାଲି ପାଇଁ ଗୋଟେ କିମ୍ବା ଦୁଇଟି ଜିଲ୍ଲାରେ ହିଟ୍‌ ୱେଭ୍‌ ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ମାର୍ଚ୍ଚ ୨୮ ତାରିଖ ପାଇଁ ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି, ଯାହା ଫଳରେ ତାପମାତ୍ରା ୪୦ ଡିଗ୍ରି କିମ୍ବା ତା ଉପରେ ରହିବ। ସେହିପରି ୨୯ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୦ ତାରିଖ ପାଇଁ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି। ୩୦ ତାରିଖ ପରେ ତାପମାତ୍ରା ୨ ଡିଗ୍ରି କମିବ। ଅପ୍ରେଲ ୨ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+