ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ, ବଢିବ ବର୍ଷାର ପରିମାଣ
ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ । ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ବର୍ଷା । ଡପ୍ଲର ରାଡ଼ାର ରୁ ମିଳୁଥିବା ତଥ୍ୟ ଅନୁଯାୟୀ ବଙ୍ଗୋପସାଗର ରୁ ରାଜ୍ୟ ମୁହାଁ ବାଦଲ ସମୁହଁ ବଙ୍ଗୋପସାଗର ରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ର ରୁ ଉପକୂଳ ଆଡକୁ ଅଗ୍ରସର ହେଉଛି ମେଘ ସମୂହ , ପ୍ରଭାବରେ କିଛି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ବର୍ଷା ଲାଗିରହିଛି ।
ଆଜି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା 7 ଓ 8 ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏଣିକି ମୌସୁମୀ ସ୍ୱାଭାବିକ ହେବ ଏବଂ ଆସନ୍ତାକାଲିଠାରୁ ବର୍ଷା ପରିମାଣ ବଢ଼ିବ । 7 ତାରିଖ ସକାଳ ପର୍ଯ୍ୟନ୍ତ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications