ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ମାସ ଶେଷ ଯାଏଁ ଲାଗି ରହିବ ବର୍ଷା
ଭୁବନେଶ୍ୱର : ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ 7.6 କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିପାରେ ।

ସାରା ରାଜ୍ୟରେ ସକ୍ରିୟ ମୌସୁମୀ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଶନିବାର ଦିନ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଭଲ ବର୍ଷା ହୋଇଯାଇଛି । ଆସନ୍ତା ତିନି ଦିନ ମଧ୍ୟ ରାଜ୍ୟରେ ମୌସୁମୀଜନିତ ବର୍ଷା ଜାରି ରହିବ ।
ମୌସୁମୀଜନିତ ନିମ୍ନ ଚାପରେଖା ଏବେ ଜୈସାଲମେରରୁ ବାହାରି ଦେସା, ରତ୍ଲମ୍, ବେତୁର, ଚନ୍ଦ୍ରପୁର, କୋଣ୍ଡାଗାଁଓ ହୋଇ ଗୋପାଳପୁରରୁ ଦକ୍ଷିଣପଶ୍ଚିମରୁ ଉତ୍ତର ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ବରଗଡ଼ ଓ ସମ୍ବଲପୁର ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଏହା ସହିତ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ 26 ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ଅଛି । ବିଶେଷକରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଏହି ସବୁ ଅଞ୍ଚଳ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
-
ସରିଲା ଭୋଟ୍ ଗଣତି,ବାଜିମାତ୍ କଲେ ଦିଲ୍ଲୀପ ରାୟ, ଜାଣନ୍ତୁ କାହାକୁ ମିଳିଲା କେତେ ଭୋଟ? -
ଆମେରିକା ଏବଂ ଇରାନ ବିବାଦ ;ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ -
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା












Click it and Unblock the Notifications