ପ୍ରବଳ ବର୍ଷିବ: 19 ତାରିଖ ଯାଏଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଗାମୀ 24 ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । 19 ତାରିଖ ଯାଏଁ ରାଜ୍ୟର ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରାଯାଇଛି ।
ଭୁବନେଶ୍ୱର: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ଆଭ୍ୟନ୍ତରୀଣ ଓଡିଶାରେ ଅତି ପ୍ରବଳ ବର୍ଷା ହେଉଛି। ସେହିପରି ବରଗଡ, ସୋନପୁର ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେଉଛି।
ଆଗାମୀ 24 ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଳାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ 18ରୁ 19 ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ ଆଦି ଜିଲ୍ଳାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ 19ରୁ 20 ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications