ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ଏପରି କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି ।

ଭୁବନେଶ୍ୱର: ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା । କିଛି ସ୍ଥାନରେ ଅପରାହ୍ନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ଅଞ୍ଚଳରେ ଏପରି କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି । ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କତା ଜାରି କରାଯାଇଛି ।

Odisha Weather Update

ଆଜି ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବ ।

ସେହିପରି ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୦ ତାରିଖ ସୋମବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+