ସ୍ୱଭାବିକ ହେଉନି ରାଜ୍ୟରେ ବର୍ଷା : ଆସନ୍ତା ଚାରି ଦିନ ପାଇଁ ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ ସହିତ ବର୍ଷା
ରାଜ୍ୟରେ ହେଉନି ସ୍ୱଭାବିକ ବର୍ଷା । ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ ସହିତ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି
ଭୁବନେଶ୍ୱର । ରାଜ୍ୟରେ ହେଉନି ସ୍ୱଭାବିକ ବର୍ଷା । ଜୁନ୍ ପହିଲାରୁ ଜୁଲାଇ 15 ସୁଦ୍ଧା 21 ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଅର୍ଥାତ ଏହି ସମୟରେ 368.2 ପ୍ରତିଶତ ବର୍ଷା ହେବା କଥା ହେଲେ 291.7 ପ୍ରତିଶତ ବର୍ଷା ହୋଇଛି । ରାଜ୍ୟର ପ୍ରାୟ 17 ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ସେଥିମଧ୍ୟରୁ ଭଦ୍ରକ ଜିଲ୍ଲାରେ 55 ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଅନ୍ୟ ଜିଲ୍ଲାମାନଙ୍କ ମଧ୍ୟରେ ଯାଜପୁରରେ 48 ପ୍ରତିଶତ, କେନ୍ଦୁଝର 39, ଝାରସୁଗୁଡା 31, ଗଜପତି 38 ଓ ବଲାଙ୍ଗୀର 39 ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜ୍ୟର 13 ଜିଲ୍ଲାରେ ସ୍ୱଭାବିକ ବର୍ଷା ରେକର୍ଡ କରାଯାଇଛି ।

ଅପରପକ୍ଷରେ ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ ସହିତ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହିତ ବର୍ଷା ହୋଇ ପାରେ । ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାମାନଙ୍କରେ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ଆସନ୍ତା 18ରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରାୟ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । 19ରେ ଉପକୂଳବର୍ତ୍ତୀ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications