ବଦଳିଲା ପାଗ ମିଜାଜ୍; ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା
ବଦଳିଲା ପାଗ ମିଜାଜ୍ । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି । ଆଗାମୀ ୨ ଘଣ୍ଟା ପାଇଁ ଟ୍ୱିନ ସମେତ ୫ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ କେନ୍ଦ୍ର। ଆଜି ସକାଳୁ ରାଜଧାନୀରେ ବର୍ଷା ଯୋଗୁ ତାତିରେ ଲାଗିଛି ସାମାନ୍ୟ ବ୍ରେକ୍ ଲାଗିଛି। ଅପ୍ୟପକ୍ଷରେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଦୟପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆଜି ସକାଳେ ଅବପାତରେ ପରିଣତ ହୋଇଛି। ଏହା୨୪ ଘଣ୍ଟା ମଧ୍ୟରେ ସ୍ଥଳ ଭାଗ ଛୁଇଁବାର ସମ୍ଭାବନା ରହିଛି












Click it and Unblock the Notifications