ପାଣିପାଗ ଖବର: ଓଡ଼ିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ସମ୍ପୂର୍ଣ୍ଣ ଭାବେ ବିଦାୟ ନେଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି l ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶାରୁ ସଂପୂର୍ଣ୍ଣ ବିଦାୟ ନେବା ନେଇ ପାଣିପାଗ ବିଭାଗର ସୂଚନା ।
ମେଘମୁକ୍ତ ଆକାଶ ଓ ଶୁଷ୍କ ବାୟୁ ପ୍ରବାହ ପାଇଁ ବଦଳିଛି ପାଗର ମିଜାଜ । ଅକ୍ଟୋବର ଶେଷ ମଧ୍ୟରେ ଓଡିଶାରେ ଶୀତ ପଡିବନି । ଆଜି ଓଡିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି ।
ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ଉପରେ ପାରଦ ଥିବାବେଳେ ଉପକୂଳରେ କଲବଲ କରୁଛି ତାତି ସହ ଅସହ୍ୟ ଗୁଳୁଗୁଳି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର । ଭୁବନେଶ୍ୱରରେ ୬୦ ପ୍ରତିଶତ ଆର୍ଦ୍ରତା ରହିଛି । ଏପରିକି ତାପମାତ୍ରା ଓ ଆର୍ଦ୍ରତା ମିଶି ୩୮ ଡିଗ୍ରୀ ପାଖାପାଖି ତାତି ଅନୁଭବ ହେଉଛି । ଏହା ସହ ୨୧ ସହରର ତାପମାତ୍ରା ୩୫ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି ।

ପାଣିପାଗ ବିଶେଷଜ୍ଞ କହିଛନ୍ତି, ଅକ୍ଟୋବରରେ ଏଥର ଅଧିକ ତାତି ଅନୁଭୂତ ହେଉଛି । ରାଜ୍ୟକୁ ଉତ୍ତର-ପୂର୍ବ ପବନ ବିଳମ୍ବିତ ହେଉଥିବାରୁ ଥଣ୍ଡା ବଦଳରେ ଗରମ ହେଉଥିବା ସେ କହିଛନ୍ତି । ଅଳ୍ପବହୁତ ଏହି ଭଳି ତାତି ଜାରି ରହିବ ଓ ଦୁର୍ଗାପୂଜା ଆଡ଼କୁ ପାଗ ପରିବର୍ତ୍ତନ ହୋଇପାରେ ବୋଲି ଆଶା ପ୍ରକଟ କରିଛନ୍ତି ।
କିନ୍ତୁ ଚଳିତ ବର୍ଷ ଅକ୍ଟୋବରରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ମଧ୍ୟ ହୋଇ ନାହିଁ । ସେହିଭଳି ଆକାଶ ଏବେ ମେଘମୁକ୍ତ ରହିଛି । ସୂର୍ଯ୍ୟକିରଣ ସିଧାସଳଖ ପୃଥିବୀ ପୃଷ୍ଠରେ ପଡ଼ୁଛି । ଏସବୁ କାରଣରୁ ଏବେ ଓଡ଼ିଶାରେ ପ୍ରଚଣ୍ଡ ଖରା ଓ ଗରମ ଅନୁଭୂତ ହେଉଛି । ପଶ୍ଚିମ ଭାରତରେ ଗୁରୁଚାପ ସୃଷ୍ଟି ହୋଇଛି । ଫଳରେ ସେଠାରୁ ପଶ୍ଚିମା ପବନ ବହୁଛି ଓ ଓଡ଼ିଶା ଗରମ ହେବାରେ ଲାଗିଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications