ଘନୀଭୂତ ହେବ ଲଘୁଚାପ: ଆସନ୍ତା ୩୬ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷା !

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ଆସନ୍ତା ୩୬ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ଆସନ୍ତା ୩୬ ଘଣ୍ଟା ଯାଏଁ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଏହା ବାୟୁମଣ୍ଡଳରେ ୩.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

weather report

ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରଣୀ ଓଡ଼ିଶାରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବ । ଆଗକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଏହା ଅଧିକ ଘନୀଭୂତ ହୋଇ ୧୪ ତାରଖରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଫଳରେ ବର୍ଷା ଲାଗିରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ସେହିପରି, ୨ ଦିନ ହେବ ମାଲକାନଗିରି ଜିଲ୍ଲାରେ ଗତ ପ୍ରବଳ ବର୍ଷା ଲାଗି ରହିଛି । ଏଥିଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମୋଟୁ ସୀମାନ୍ତ ନିଲିପାକା ନିକଟରେ ରାସ୍ତା ଉପରେ ପାଣି ଜମିବା ଯୋଗୁଁ ଯାତାୟତ ବାଧା ପ୍ରାପ୍ତ ହୋଇଛି । ଏଥିଯୋଗୁଁ ମାଲକାନଗିରି ରୁ ଛତିଶଗଡ଼ ଓ ଆନ୍ଧ୍ରକୁ ଯୋଗାଯୋଗ ସଂପୂର୍ଣ୍ଣ ବିଛିନ୍ନ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+