Odisha Weather: ଜାଡ଼ରେ ଥରୁଛି ଓଡ଼ିଶା, ଆଜି 3 ଜିଲ୍ଲାରେ ପ୍ରବଳ ଶୀତ
Cold Wave In Odisha: ଜାଡ଼ରେ ଥରୁଛି ଓଡ଼ିଶା । ତଳମୁହାଁ ହେଉଛି ତାପମାତ୍ରା । ପଶ୍ଚିମରୁ ନେଇ ଆଭ୍ୟାନ୍ତରୀଣ ଓଡ଼ିଶା, ସବୁଠି ଶୀତର ଲହର । ସଞ୍ଜ ନଇଁବା ପରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ସକାଳ 9ଟା ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । କିଛି କିଛି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳୁଛି । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ଶୁଷ୍କ ଥଣ୍ଡା ପବନ ପ୍ରବାହ ହେଉଥିବାରୁ ଶୀତ ବଢ଼ୁଥିବା ବେଳେ ଆଜି ପାଇଁ 3 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଜି (ବୁଧବାର) ରାତିର ତାପମାତ୍ରା 2-3 ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ଆଜିଠାରୁ ଶୀତ ଆହୁରି ବଢ଼ିବ । ଆଜି ଶୀତ ଲହରୀ (Cold Wave) ପାଇଁ ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ ଏହି ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଶୀତ ସହ କିଛି କିଛି ସ୍ଥାନରେ ଘନ କୁହୁଡି ଦୃଶ୍ୟାମାନ ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ପୂର୍ବାନୁମାନ କରିଛି ।

ଆଜି କେଉଁଠି କେତେ ରହିବ ସର୍ବନିମ୍ନ ତାପମାତ୍ରା:
ଫୁଲବାଣୀ:10 ଡିଗ୍ରୀ
ରାଉରକେଲା:10 ଡିଗ୍ରୀ
ଝାରସୁଗୁଡ଼ା:10 ଡିଗ୍ରୀ
ସୁନ୍ଦରଗଡ଼:10 ଡିଗ୍ରୀ
କୋରାପୁଟ: 13 ଡିଗ୍ରୀ
ଅନୁଗୋଳ:13 ଡିଗ୍ରୀ
ଢେଙ୍କାନାଳ:13 ଡିଗ୍ରୀ
କେନ୍ଦୁଝର:13 ଡିଗ୍ରୀ
ଭଦ୍ରକ: 13 ଡିଗ୍ରୀ
ସେପଟେ ଆସନ୍ତାକାଲି ଠାରୁ ପାଗରେ ବିଶେଷ ପରିବର୍ତ୍ତନ ହେବାର ନାହିଁ । ମାତ୍ରା ଶୀତର ପ୍ରଭାବ ରହିବ । ବର୍ଷା ହେବାର ମଧ୍ୟ ସମ୍ଭାବନା ନାହିଁ । କିଛି ସ୍ଥାନରେ କୁହୁଡ଼ି ଦୃଶ୍ଯମାନ ହେବାକୁ ଥିବା ବେଳେ ସକାଳୁ ସତର୍କତାର ସହ ଗାଡ଼ି ଚଲାଇବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ତାପମାତ୍ରା ସ୍ବାଭାବିକ ଠାରୁ 3 ଡିଗ୍ରୀ କମ ରହିଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା 4-5 ଡିଗ୍ରୀ କମ୍ ରହିଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications