ଆସୁଛି ପୁଣି ଏକ ପଶ୍ଚିମା ଝଡ: ଏପ୍ରିଲ ୧ ଯାଏଁ ବର୍ଷା ସମ୍ଭାବନା

Weather Report

ଭୁବନେଶ୍ବର: ରାଜ୍ୟରେ ୨୯ ତାରିଖରେ ପୁଣି ଏକ ପଶ୍ଚିମା ଝଡ଼ ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ରାତିରୁ ଦେଶର ଉତର-ପଶ୍ଚିମ ଭାଗକୁ ପ୍ରଭାବିତ କରିବ ଆଉ ଏକ ପଶ୍ଚିମା ଝଡ଼ । ଏହାକୁ ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

ଆସନ୍ତା ୩୦ରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶା ଏବଂ ୩୧ରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଏହି ତିନି ଦିନ ପାଇଁ କେତେକ ସ୍ଥାନରେ ବିକ୍ଷିପ୍ତ ବର୍ଷା/ ଘଡଘଡି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି । ମାର୍ଚ୍ଚ ୩୦ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ବର୍ତ୍ତମାନ ମଧ୍ୟ ପଶ୍ଚିମାଝଡ ପ୍ରଭାବରେ ବର୍ଷାର ଅନୁଭୂତ ହେଉଛି । ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତମାନ ପଶ୍ଚିମାଝଡ ପ୍ରଭାବରେ ୨୭ ଓ ୨୮ ତାରିଖରେ ଘଡଘଡି ସହ ବର୍ଷା ହେବ ଏବଂ ୪୦ରୁ ୫୦ କିମି ବେଗରେ ପବନ ବହିବ । ତେବେ ଏହାର ପ୍ରଭାବ ଶେଷ ନ ହେଉଣୁ ୨୯ ତାରିଖରେ ଆଉ ଏକ ପଶ୍ଚିମାଝଡ ଆସୁଛି ।

ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୩ଟି ଜିଲ୍ଲାରେ ଝଡ଼ ବର୍ଷା ହେବ । ଏହି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୨୮ ତାରିଖରେ ମଧ୍ୟ କିଛି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହୋଇଥିଲ । କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା । ରାଜଧାନୀ ସମେତ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା । କିଛି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିଥିଲା । ଗତକାଲି ଯାଜପୁର କୋରେଇରେ ସର୍ବାଧିକ ୬୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+