ଆସୁଛି କାଳବୈଶାଖୀ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବା ନେଇ ଆଶଙ୍କା କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ବର୍ଷା ସହ ପବନ ଏବଂ ବଜ୍ରପାତ ହେବା ନେଇ ଆଶଙ୍କା କରିଛି ପାଣିପାଗ ବିଭାଗ । ଏଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।
ସତର୍କତା ଜାରି କରାଯାଇଥିବା ଜିଲ୍ଲା ଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବା ନେଇ ସୂଚନା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ଆଶଙ୍କା କରାଯାଇଛି ।












Click it and Unblock the Notifications