ରାଜ୍ୟରେ ବଢିବ ତାପମାତ୍ରା: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ସୁଖିଲା ରହିବ

ରାଜ୍ୟରେ ବଢିବ ତାତି । ଉଭୟ ଦିନ ଓ ରାତିର ତାପମାତ୍ରା ଅଧିକ ରହିବ। ଏନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୪.୫ ଡିଗ୍ରୀ ରେକର୍ଡ କରାଯାଇଛି ।

 weather update_odisha
ଭୁବନେଶ୍ୱର:ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବା ସହ ଶୀତର ପ୍ରକୋପ କମିବ । ଉଭୟ ଦିନ ଓ ରାତିର ତାପମାତ୍ରା ଅଧିକ ରହିବ। ଏନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୨ ଦିନରେ ରାଜ୍ୟର ତାପମାତ୍ରା ଆହୁରି ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଫଳରେ ଶୀତର କମିବ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ସୂଚନା ଅନୁସାରେ, ଆଗାମୀ ଦିନରେ ରାଜ୍ୟରେ ଶୀତ କମିବ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବ । ଆସନ୍ତା ୫ ଦିନ ଯାଏଁ ରାଜ୍ୟର ପାଗ ସୁଖିଲା ରହିବ । ଆଜି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବୌଦ୍ଧରେ ୩୪.୫ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରର ଦିନ ତାପମାତ୍ରା ୩୪.୨ ଡିଗ୍ରୀ ରହିଛି ।

ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟରୁ ଶୀତ ସମ୍ପୂର୍ଣ୍ଣ ବିଦାୟ ନେଇଯିବ ବୋଲି କହିଛି ପାଣିପାଗ କେନ୍ଦ୍ର । ଏଥି ସହିତ କିଛି ସ୍ଥାନରେ ୨ରୁ ୩ ଡିଗ୍ରୀ ତାପମାତ୍ରା (ରାତି ତାପମାତ୍ରା) ବଢିଯିବ ଓ ତାତି ଆରମ୍ଭ ହୋଇଯିବ । ଅନ୍ୟପଟେ ଫେବୃଆରୀ ମାସ ପାଇଁ ଆଇଏମଡି ପକ୍ଷରୁ ଜାରି ଆକଳନରେ କୁହାଯାଇଛି ଯେ ଚଳିତ ମାସ ରାଜ୍ୟରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ସାରା ରାଜ୍ୟରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବାକୁ ଥିବା ବେଳେ ଦକ୍ଷିଣରୁ ଉତ୍ତର ଉପକୂଳ ଓଡ଼ିଶା ଓ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ଯଥେଷ୍ଟ ଅଧିକ ରହିବ। ଯାହାଦ୍ୱାରା ଏହି ସ୍ଥାନ ଗୁଡ଼ିକରେ ଫେବୃଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରବଳ ଖରାର ପ୍ରକୋପ ଦେଖାଯିବ ନେଇ ଆଶଙ୍କା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+