ଆଗକୁ ୫ ଦିନ ପର୍ଯ୍ୟନ୍ତ ବର୍ଷିବ: ୪ ଜିଲ୍ଲାକୁ ଅରେଞ୍ଜ, ୬ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ପଶ୍ଚିମ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ବର୍ଷା ଲାଗି ରହିବ ।

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ପଶ୍ଚିମ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟ ବର୍ଷା ଲାଗି ରହିବ । କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Weather Report

ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୪ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ଏବଂ ୬ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଠିକ୍ ସେହିପରି ସୋନପୁର, ବଲାଙ୍ଗିର, ବୌଦ୍ଧ, ନୟାଗଡ଼, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+