Get Updates
Get notified of breaking news, exclusive insights, and must-see stories!

ଆସନ୍ତା 5 ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ; ଜାଣନ୍ତୁ, କେଉଁ ଜିଲ୍ଲାରେ ରହିଛି କେତେ ବର୍ଷା ସମ୍ଭାବନା..

୨୦ରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଭୁବନେଶ୍ୱର: ଓଡ଼ିଶାରେ ଦକ୍ଷିଣପଶ୍ଚିମ ମୌସୁମୀ ପ୍ରଭାବ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ରହିଛି।

Weather Report

ସେହିପରି ୨୦ରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ ତାରିଖ ସକାଳ ୮ଟା ୩୦ ଯାଏଁ କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର,ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ କାଳବୈଶାଖୀ ଆଶଙ୍କା ରହିଛି ।

ସେହିଭଳି ୨୦ ତାରିଖରୁ ୨୧ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଳବୈଶାଖୀ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୧ ସକାଳ ଠାରୁ ୨୨ ସକାଳ ୮ଟା ୩୦ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ସେହିଭଳି ୨୨ ସକାଳରୁ ୨୩ ସକାଳ ୮ଟା ୩୦ ମଧ୍ୟରେ କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଅନୁଗୁଳ, ସମ୍ବଲପୁର, ବରଗଡ଼, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, କଟକ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସେହିଭଳି ୨୩ରୁ ୨୪ ସକାଳ ମଧ୍ୟରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+