ହୋଲିରେ ହାଲୁକା ବର୍ଷା: ଦେଖନ୍ତୁ, କେଉଁ କେଉଁ ଜିଲ୍ଲାକୁ ରହିଛି ବର୍ଷା ସମ୍ଭାବନା ?

ଆସନ୍ତା ୧୧ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ୭ ଏବଂ ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Weather Report

ଭୁବନେଶ୍ୱର: ହୋଲିରେ ହାଲୁକା ବର୍ଷା । ବର୍ଷାରେ ଭିଜିବ ରଙ୍ଗର ପର୍ବ ହୋଲି । ତାତିରୁ ମିଳିବ ତ୍ରାହି । ଆସନ୍ତାକାଲି (ମଙ୍ଗଳବାର) ଠୁ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୧୧ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ୭ ଏବଂ ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଏବଂ ୯ ଓ ୧୦ ତାରିଖରେରେ ଆଭ୍ୟନ୍ତରୀଣ ସହ କିଛି ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୦ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ଼ ପ୍ରଭାବ ରହିବ ।

ଆସନ୍ତାକାଲି ଅର୍ଥାତ ୭ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ବୁଧବାର ଅର୍ଥାତ ୮ ତାରିଖ ଅର୍ଥାତ ରଙ୍ଗର ପର୍ବ ହୋଲିରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଅନ୍ୟପଟେ ଏବେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଗାମୀ ୫ ଦିନ ଯାଏ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ । ତେବେ ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷାର ସମ୍ଭାବନା ଥିବାବେଳେ ୧୧ ତାରିଖ ପରଠାରୁ ପୁଣି ତାତି ବଢ଼ିବ ।

ଶନିବାର ଭଳି ରବିବାର ମଧ୍ୟ ରାଜ୍ୟରେ ୮ ଟି ସହରର ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା । ୩୮.୮ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ହୋଇଥିଲା ତାଳଚେର । ଏହା ପରେ ରହିଥିଲା ରାଜଧାନୀ ଭୁବନେଶ୍ୱର । ରାଜଧାନୀର ଦିନର ସର୍ବୋଚ୍ଚ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି । ଅନୁଗୁଳରେ ୩୮. ୧, ଝାରସୁଗୁଡ଼ା ଓ ଭଦ୍ରକରେ ୩୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏବେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହୁଥିବା ବେଳେ ବାୟୁମଣ୍ଡଳର ଆଦ୍ରତା କମ୍ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+