ସୃଷ୍ଟି ହେଲା ଲଘୁଚାପ, ଆଜିଠୁ ଭିଜିବ ସାରା ଓଡ଼ିଶା

ଲଘୁଚାପ ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

Weather Report

ଏହା ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମଧରଣର ବର୍ଷା ହେବ । ଏଥିପାଇଁ ୧୭ ଜିଲ୍ଲାକୁ ୟେଲୋ ଓ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କିଛି କିଛି ସ୍ଥାନରେ ପ୍ରବଳରୁ ଅତିି ପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୬ ତାରିଖରୁ ବର୍ଷାର ପରିମାଣ ବଢି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ କେତେକ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+