ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ୪ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତାକାଲି ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

Weather Report

ଫଳରେ ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କଟକ, ଢେଙ୍କାନାଳ, ସମ୍ବଲପୁର, ଅନୁଗୁଳ, ଯାଜପୁର ଓ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗଳାଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ଆଜି ଟ୍ୱିଟ୍ କରି ସୂଚନା ଦେଇଛି ।

ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ବାଲେଶ୍ବର, ଭଦ୍ରକ, ଗଜପତି ସହ ଉପକୂଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ସେହିପରି ଯାଜପୁର, ଢେଙ୍କାନାଳ, କଟକ, ସମ୍ବଲପୁର, ଅନୁଗୁଳ ଓ କୋରାପୁଟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+